ଗାଁରେ ଲୁଣା କରାଣ୍ଡିଆ ପାଣି, ପାଇକାରେ ଘଳିଆ, ଦ୍ୱିପାଞ୍ଚଳର ୩ ଗାଁ ବିଚ୍ଛିନ୍ନ

କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୫ ନଦୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି । ଲୁଣା କରାଣ୍ଡିଆର ଦ୍ୱୀପାଞ୍ଚଳରେ ଥିବା ୧୩ ଗ୍ରାମ ପାଣି ଘେରରେ ରହିଛି । ତେବେ ଏହି ଦ୍ୱୀପାଞ୍ଚଳରେ ଥିବା ମାର୍ଶାଘାଇ ବ୍ଲକ ଆଇତିପୁର, ଡିହ ବଳରାମପୁର ଓ ବାଳିସିଂ ଗ୍ରାମକୁ ବନ୍ୟା ଜଳ ମାଡି ଯାଇଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅଦ୍ୟାବଧି ଏହି ୩ ଗ୍ରାମର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ। ଅପରପକ୍ଷରେ ଗରଦପୁର ବ୍ଲକ ଭଦଳାଠାରେ ଚିତ୍ରୋପତ୍ଳା ନଦୀବନ୍ଧରେ ଏକ ଘଳିଆ ସୃଷ୍ଟି ହୋଇଛି।
ସେହିପରି ଉକ୍ତ ବ୍ଲକ ବଡନୟନପୁର ଠାରେ ପାଇକା ନଦୀବନ୍ଧରେ ଏକ ଘଳିଆ ହୋଇଛି। ଏହି ଦୁଇ ନଦୀର ଘଳିଆକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ବନ୍ଦ କରାଯାଇଛି। ବନ୍ୟା ପାଇଁ ଆଶ୍ରୟସ୍ଥଳୀଗୁଡିକ ଖୋଲା ଯାଇଛି। ତେବେ ଏଠାରେ ଥିବା ସରଞ୍ଜାମ ବ୍ୟବହାର ପଦ୍ଧତି ସମ୍ପର୍କରେ କାହାକୁ ଜଣା ନାହିଁ।ନଦୀ କୂଳ ଅଞ୍ଚଳର ପ୍ରାୟ ୫ ହଜାର ହେକ୍ଟର ଜମିରେ ଖରିଫ ଚାଷ ସହିତ ପନିପରିବା ନଷ୍ଟ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବନ୍ୟା ସ୍ଥିତିକୁ ନିରୀକ୍ଷଣ କରାଯାଇ ରନ୍ଧା ଓ ଶୁଖିଲା ଖାଦ୍ୟ ଯୋଗାଣ, ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ଓ ଦୁର୍ବଳ ନଦୀବନ୍ଧର ସୁରକ୍ଷା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri