ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ

ବାଲିଆପାଳ, ୧୪ ।୮(ସ୍ବ.ପ୍ର.): ଉପରମୁଣ୍ଡରେ ଲଘୁଚାପ ଜନିତ ଲଗାଣବର୍ଷା ଫଳରେ ଶନିବାର ଅପରାହ୍ନଠାରୁ ସୁବର୍ଣ୍ଣରେଖା ନଦୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ଦିପଦସଂକେତ ଉପରେ ଜଳ ପ୍ରବାହିତ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ୫ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ ବନ୍ୟା ପାଣିରେ ଜଳମଗ୍ନ ହେବା ସହିତ ବହୁ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯିବ। ନଦୀରୁ ପାଣି ବାହାରି ବିଷ୍ଣୁପୁର ପଞ୍ଚାୟତ ଅଧୀନ ରାମନଗର ରସଲପୁର ଗାଁ ରାସ୍ତାରେ ବନ୍ୟାପାଣି ପ୍ରବାହିତ ହେଉଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ସୁବର୍ଣ୍ଣରେଖା ନଦୀରେ ଥିବା ଗାଲୁଡ଼ିହା ଏବଂ ଚାନ୍ଦିଲି ବ୍ୟାରେଜରୁ ଜଳ ନିଷ୍କାସନ ପାଇଁ ଗାଲୁଡ଼ିହାରେ ୨ଟି ଏବଂ ଚାନ୍ଦିଲିରେ ଗୋଟିଏ ଗେଟ୍‌ ଖୋଲାଯାଇ ବ୍ୟାରେଜରୁ ଜଳ ନିଷ୍କାସନ କରାଯାଉଛି। ଫଳରେ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଶନିବାର ଅପରାହ୍ନ ୩ଟା ସୁଦ୍ଧା ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବନ୍ୟାଜଳ ୬.୯୪ରେ ପ୍ରବାହିତ ହେଉଥିବା ବେଳେ ସେଠାରେ ବିପଦସଙ୍କେତ ୧୦.୩୬ମିଟର ରହିଛି। ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ବୃଦ୍ଧି ପାଇଲେ ବାଲିଆପାଳ ପଞ୍ଚାୟତର ବାଲିଆପାଳ ଗୁନାପୁର, ଆଠବାଟିଆ, ସୁଙ୍ଗମୁହଁ, କୁଦମାନସିଂ, ରାଉତୁରାପୁର, ମଧୁପୁରା ପଞ୍ଚାୟତର ଚୌଧୁରୀକୁଦ, ଚରବସ୍ତ କାଳରୁଇ, ପଞ୍ଚରୁଖି, ବିଷ୍ଣୁପୁର ପଞ୍ଚାୟତ ବିଷ୍ଣୁପୁର, ରସଲପୁର, ନୟାବାଲି, ଇକଡ଼ପାଳ, କୁହ୍ଲା, ଜାମକୁଣ୍ଡା ପଞ୍ଚାୟତ ଜାମକୁଣ୍ଡା, କୁହ୍ଲାଚଡ଼, ତାଳପଦା ଏବଂ ଆସ୍ତି ପଞ୍ଚାୟତ ବଢ଼ାପାଳ, ପାରଦୀପା, ଶରଦ୍ଧାରସାହି, ଅସ୍ତି, ବଡ଼ ଖାନପୁର, ପାଳଚମ୍ପେଇ ଆଦି ଗ୍ରାମର ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବେ। ସୁବର୍ଣ୍ଣରେଖା ନଦୀରେ ସେମିତି କିଛି ବନ୍ୟାର ଆଶଙ୍କା ନାହିଁ। ତଥାପି ବନ୍ୟା ପ୍ରତି ପ୍ରଶାସନ ସଜାଗ ରହିଛି। ଆବଶ୍ୟକ ହେଲେ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ବାଲିଆପାଳ ବିଡ଼ିଓ ଦୀପକ କୁମାର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri