ବିଜେଡିରେ ମିଶିଲେ ବାପି ସର୍ଖେଲଙ୍କ ସ୍ତ୍ରୀ

ଭୁବନେଶ୍ୱର/ ପାରାଦୀପ, ୧୮।୩(ସୁନିତ୍‌ ମିଶ୍ର/ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ମୋନିଦୀପାଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ ଏବଂ ୯ଜଣ କାଉନସିଲରଙ୍କ ସମେତ ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖଭବନଠାରେ ରାଜ୍ୟ ସଭା ଏମ୍‌ପି ମାନସ ରଞ୍ଜନ ମଙ୍ଗରାଜ, ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଓ ଜଗତସିଂହପୁର ଜିଲା ପର୍ଯ୍ୟବେକ୍ଷକ ଅରୁଣ ସାହୁ ଏବଂ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ ହୋଇଥିବା ସମସ୍ତ ଭାଜପା ଓ କଂଗ୍ରେସ କର୍ମୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ବାଗତ କରାଯାଇଛି।
ଅବସରରେ ମୋନିଦୀପା ସର୍ଖେଲ କହିଛନ୍ତି, ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ତାଙ୍କୁ ଏବଂ ତାଙ୍କ ସହ ଆସି ଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମାନସ ରଞ୍ଜନ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପାରାଦୀପ ମ୍ୟୁନିସିପାଲିଟି ଅଧ୍ୟକ୍ଷ ବସନ୍ତ ବିଶ୍ୱାଳ, ପାରାଦୀପ ସହପର୍ଯ୍ୟବେକ୍ଷକ ସନ୍ତୋଷ ବେଜ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏହି ମିଶ୍ରଣପର୍ବରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ, କାଉନସିଲର ଜୟନ୍ତୀ ମାଦେଳି, ସ୍ବପ୍ନାରାଣୀ ଜେନା, ବନିତା ରାଉତ, ଶୁକ୍ରମୁନି ନାଗ, ସୌଦାମିନୀ ସାହୁ, ରୁନିବାଳା ପରିଡ଼ା, କମ୍ବଲା ଜଗନ୍ନାଥ ରାଓ, ଯୁବନେତା ମିଟୁ ସ୍ବାଇଁଙ୍କ ସହ ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।
ଜଗତ୍‌ସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ତଥା ଶ୍ରମିକସଂଘ ସଭାପତି ଅରିନ୍ଦମ ସର୍ଖେଲ (ବାପି)ଙ୍କ ସ୍ତ୍ରୀ ହେଉଛନ୍ତି ମୋନିଦୀପା।
ତେବେ ବାପିଙ୍କ ସ୍ତ୍ରୀ ବିଜେଡିରେ ମିଶିବା ଦ୍ୱାରା ଦଳରେ ଆଶାୟୀଙ୍କ ସଂଖ୍ୟା ବଢ଼ିଥିବାରୁ ଗୋଳମାଳିଆ ପରସ୍ଥିତି ସୃଷ୍ଟି ହୋଇଛି। ଅପରପକ୍ଷେ ବାପି ଏପର୍ଯ୍ୟନ୍ତ କଂଗ୍ରେସରୁ ଇସ୍ତଫା ଦେଇନାହାନ୍ତି କିମ୍ବା ଦଳ ତାଙ୍କୁ ବହିଷ୍କାର କରିନାହିଁ। ଏଭଳିସ୍ଥିତିରେ କଂଗ୍ରେସର ରାଜ୍ୟ ଯୁବ ସଭାପତି ନିରଞ୍ଜନ ନାୟକ ପାରାଦୀପ ନିର୍ବାଚନମଣ୍ଡଳୀର କିଛି ସ୍ଥାନରେ ବୁଲି ଏଥର କଂଗ୍ରେସ ଆସୁଛି ବୋଲି ହୋର୍ଡିଂ ଲଗାଇଛନ୍ତି। ଏନେଇ ପାରାଦୀପରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି।
ନିର୍ବାଚନମଣ୍ଡଳୀ ପାଇଁ ବାପି ସର୍ଖେଲ ୨୦୧୪ ଓ ୨୦୧୯ ପାଇଁ କଂଗ୍ରେସ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ। କିନ୍ତୁ ଦ୍ୱିତୀୟ ସର୍ବାଧିକ ଭୋଟ ୪୪ ଓ ୪୮ ହଜାର ପାଇଥିଲେ। ଗତ ୨୦୨୦ ପରଠାରୁ ସେ ଆଉ କଂଗ୍ରେସ ଦଳର ଚିହ୍ନ ବ୍ୟବହାର କରୁ ନ ଥିଲେ। ଗତ ୩ ବର୍ଷ ହେଲା ସେ ବିଜେଡି କିମ୍ବା ଭାଜପାରେ ମିଶିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା। ରବିବାର ସର୍ଖେଲଙ୍କ ସ୍ତ୍ରୀ ଦଳରେ ମିଶିବା ଫଳରେ ଚଳିତ ନିର୍ବାଚନ ପାଇଁ ଦଳରେ ଏକାଧିକ ଆଶାୟୀ ସୃଷ୍ଟି ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବର୍ତ୍ତମାନ ବିଧାୟକ ସମ୍ବିତ ରାଉତରାୟ, ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ରାଜ୍ୟ ସମ୍ପାଦକ ପ୍ରମୋଦ କିଶୋର ଜେନା, ଶ୍ରମିକନେତା ସନ୍ତୋଷ କୁମାର ପଟ୍ଟନାୟକ ପ୍ରମୁଖ ରହିଛନ୍ତି। ଏହାମଧ୍ୟରେ ଦେବାଶିଷଙ୍କୁ ରାଜ୍ୟ ସଭା ସଦସ୍ୟ ଭାବେ ଦିଲ୍ଲୀ ପଠାଇ ଦିଆଯାଇଛି। ପ୍ରମୋଦଙ୍କୁ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ)ଅଧ୍ୟକ୍ଷ କରାଯାଇଛି। ଶ୍ରମିକନେତା ସନ୍ତୋଷଙ୍କ ଚର୍ଚ୍ଚା କମ୍‌ ରହୁଥିଲା ବେଳେ କେବଳ ବସନ୍ତ ଓ ସମ୍ବିତ ଦୌଡ଼ରେ ଥିଲେ। ଏବେ ମୋନିଦୀପା ସାମିଲ ହେବା ପରେ ପୁଣି କିଛି ରୋଚକ ଘଟଣା ଘଟିପାରେ ବୋଲି କର୍ମୀଙ୍କ ମଧ୍ୟରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri