ପରଲୋକରେ ବଲିଉଡ୍‌ର ଡିସ୍କୋ କିଙ୍ଗ୍‌ ବାପି ଲାହିରୀ

ମୁମ୍ବାଇ,୧୬।୨: ଚଳିତ ମାସରେ ସଙ୍ଗୀତ ଜଗତକୁ ଗୋଟିଏ ପରେ ଗୋଟିଏ ବଡ଼ ଧକ୍କା ମିଳିଛ। ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ପରେ ବଲିଉଡ୍‌ ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ବାପି ଲାହିରୀଙ୍କ ପରଲୋକ ଘଟିଛି। ୬୯ ବର୍ଷ ବୟସରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ନିଧନ ଘଟିଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ବେଳେ ମାସେ ଯାଏଁ ବାପି ଲାହିରୀଙ୍କୁ ଜୁହୁର କ୍ରିଟି କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। କିନ୍ତୁ ମଙ୍ଗଳବାର ପୁଣି ଥରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯାଇଥିଲା। ଫଳରେ ପୁଣିଥରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା। କିନ୍ତୁ ବିଳମ୍ବିତ ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା କୁହାଯାଉଛି। ତାଙ୍କ ମୃତ୍ୟୁରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ୧୯୫୨ ନଭେମ୍ବର ୨୭ରେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିର ଏକ ବ୍ରାହ୍ମଣ ପରିବାରରେ ସେ ଜନ୍ମ ଗ୍ରହଣ କରିଥିଲେ। ବାପି ଦା’ଙ୍କର ପ୍ରକୃତ ନାମ ହେଉଛି ଆଲୋକେଶ ଲାହିରି। ତାଙ୍କ ବାପା ମା’ ମଧ୍ୟ ଗାୟକ ଥିଲେ। ୩ବର୍ଷ ବୟସରୁ ସେ ତାବ୍‌ଲା ବଜାଇବା ଶିଖିଥିଲେ। ପ୍ରାରମ୍ଭରେ ତାଙ୍କ ବାପା ମା’ ଥିଲେ ତାଙ୍କର ସଙ୍ଗୀତ ଗୁରୁ। ସେ ୭୦-୮୦ ଦଶକରେ ବଲିଉଡ୍‌କୁ ଏକରୁ ଅଧିକ ଆଇକନିକ ଗୀତ ଦେଇଛନ୍ତି ଭିନ୍ନ ଶୈଳୀ ହେତୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସେ ଏକ ଭିନ୍ନ ତଥା ସ୍ବତନ୍ତ୍ର ପରିଚୟ ସୃଷ୍ଟି କରପାରିିଥିଲେ। ମିଥୁନ ଚକ୍ରବର୍ତ୍ତୀଙ୍କ ଫିଲ୍ମର ପପୁଲାର ଗୀତ ‘ଆଇ ଆମ ଏ ଡିସ୍କୋ ଡାନ୍ସର୍‌’ ଏବେ ବି ମନେ ରଖିଛନ୍ତି। ଏହି ଗୀତରେ ବାପି ଦା’ ନିଜର ସ୍ବର ଦେଇଥିବା ବେଳେ ଏଥିରେ ସେ ଘରେ ଘରେ ବେଶ୍‌ ଲୋକପ୍ରିୟ ହୋଇପାରିଥିଲେ। ଏହାପରେ ବାପି ଦା’ଙ୍କୁ ଡିସ୍କୋ କିଙ୍ଗ୍‌ ଭାବେ ପରିଚୟ ମିଳିଥିଲା। ବାପି ଲାହିରିଙ୍କୁ ବଲିଉଡ୍‌ର ପ୍ରଥମ ରକ୍‌ ଷ୍ଟାର୍‌ ଗାୟକ ମଧ୍ୟ କୁହାଯାଏ।

ଫିଲ୍ମ ଚଲେତେ ଚଲତେ, ଡିସ୍କୋ ଡ୍ୟାନ୍ସର, ଶରାବି, ‘ଜଖ୍ମୀ’, ‘ଆପ କି ଖାତିର’, ‘ହିମତ୍ୱାଲା’, ‘ଘାୟଲ’, ‘ଆଜ୍‌ କା ଅର୍ଜୁନ’, ’ସୈଲାବ’, ‘ଦ ଡାର୍ଟି ପିକ୍ଚର’, ‘ଗୁଣ୍ଡେ’ ଓ ‘ବାଗୀ ୩’ ଭଳି ଅନେକ ହିନ୍ଦୀ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା କରିଥିଲେ। ଅନେକ ଫିଲ୍ମରେ ସେ ନିଜେ ମଧ୍ୟ ଗୀତ ଗାଇଥିଲେ। ହିନ୍ଦୀ, ବଙ୍ଗାଳି, ତେଲୁଗୁ, କନ୍ନ ଓ ଗୁଜରାଟି ଆଦି ଭାଷାରେ ପ୍ରାୟ ୧୫୦ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ୮୦ ଦଶକ ଆରମ୍ଭରେ ଡିସ୍କୋ ଟ୍ରେଣ୍ଡ ଆଣିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ୧୯୮୪ରେ ରିଲିଜ ହୋଇଥିବା ଫିଲ୍ମ ‘ଶରାବି’ ପାଇଁ ବାପି ଦା’ଙ୍କୁ ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଭାବେ ଫିଲ୍ମ ଫେୟାର ଆୱାର୍ଡ ପ୍ରଦାନ କରାଯାଇଥିଲା। ସେହିପରି ୨୦୧୮ରେ ତାଙ୍କୁ ଜୀବନ ବ୍ୟାପୀ ସାଧନା ପାଇଁ ଫିଲ୍ମ ଫେୟାର ଆୱାର୍ଡ ପ୍ରଦାନ କରାଯାଇଥିଲା। ବାପି ଲାହିରି ବେକରେ ମୋଟା ସୁନା ଚେନ୍‌ ଏବଂ ହାତରେ ବଡ଼ ବଡ଼ ମୁଦି ସମେତ ଅନେକ ସୁନା ଅଳଙ୍କାର ଆଭୂଷଣ ତାଙ୍କୁ ସମସ୍ତଙ୍କଠାରୁ ଏକ ଭିନ୍ନ ପରିଚୟ ଦେଇଥିଲା। ଗତ ବର୍ଷ ବାପି ଦା’ କରୋନାରେ ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri