Posted inଖେଳ

ବାପୁଜୀ କ୍ଲବ ଭୁବନେଶ୍ୱର ଚାମ୍ପିୟନ

ବନ୍ତ,୧୨।୨(ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ମିନି ଷ୍ଟାଡିୟମରେ ଶାନ୍ତି ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୨୨ତମ ସର୍ବଭାରତୀୟ କିଶୋର ନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ରେ ରବିବାର ଭଦ୍ରକ ଇଷ୍ଟକୋଷ୍ଟ ରେଳବାଇକୁ ହରାଇ ବାପୁଜୀ କ୍ଲବ ଭୁବନେଶ୍ୱର ଚାମ୍ପିୟନ ହୋଇଛି। ଟସ୍‌ ଜିତି ବାପୁଜୀ କ୍ଲବ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୭୬ ରନ୍‌ କରିଥିଲା। ଦଳ ପକ୍ଷରୁ ରାମଚନ୍ଦ୍ର ବେହେରା ସର୍ବାଧିକ ୪୭ ରନ୍‌ କରିଥିଲେ। ପ୍ରତିପକ୍ଷର ବୋଲର ନୀହାର ଭୂୟଁା ୩ ଉଇକେଟ ନେଇଥିଲେ। ଜବାବରେ ଇଷ୍ଟକୋଷ୍ଟ ରେଳବାଇ ୧୯ ଓଭରରେ ସମସ୍ତ ଉଇକେଟ ହରାଇ ୧୩୭ ରନ୍‌ କରି ହାରିଯାଇଥିଲା। ଦଳ ପକ୍ଷରୁ ଆକାଶ ମହାପାତ୍ର ସର୍ବାଧିକ ୫୮ ରନ୍‌ କରିଥିଲେ। ପ୍ରତିପକ୍ଷର ବୋଲର କ୍ଷମାସାଗର ବଳ ୩ ଉଇକେଟ ନେଇଥିଲେ। ଅମ୍ପାୟର ଭାବେ ଲଲାଟ କେଶରୀ ନନ୍ଦ, ଶାନ୍ତନୁ ରାଉତ, ଭାଷ୍ୟକାର ସଞ୍ଜୟ ମଜୁମଦାର, ସୁକାନ୍ତ ବେହେରା, ଅପୂର୍ବ ଚାନ୍ଦ, ଆଶିଷ ଚକ୍ରବର୍ତ୍ତୀ, ସେକ୍‌ ଆଜାରୁଦ୍ଦିନ ଏବଂ ସ୍କୋରର ଭାବେ ଜ୍ୟୋତିରଞ୍ଜନ ଜେନା ଦାୟିତ୍ୱ ତୁଲାଇଥିଲେ। ମ୍ୟାନ୍‌ ଅଫ୍‌ ଦି ସିରିଜ୍‌ ଆକାଶ ଓ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଭାବେ କ୍ଷମାସାଗରଙ୍କୁ ପୁରସ୍କୃତ କରାଯାଇଥିଲା।
ପୁରସ୍କାର ବିତରଣ ସଭାରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ପୂର୍ବତନ ଜିଲା କଂଗ୍ରେସ ସଭାପତି ସୁବ୍ରତ ଦାସ, ବ୍ଲକ କଂଗ୍ରେସ ସଭାପତି ରାଜକିଶୋର ସ୍ବାଇଁ, ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଲକ୍ଷ୍ମୀଧର ସାହୁ, ସାମାଜିକ କର୍ମୀ ବୁବୁ ପଟ୍ଟନାୟକ, ଇଂ.ଉତ୍ତମ ନାୟକ, କମିଟି ସଭାପତି ଗୋବିନ୍ଦ ଚନ୍ଦ୍ର ବାରିକ ଓ ସମ୍ପାଦକ ସୁବାସ ଚନ୍ଦ୍ର ବିଶ୍ୱାଳ ଯୋଗଦେଇଥିଲେ। ଏହି ଅବସରରେ ଗୀତା ଇଞ୍ଜିନିୟରିଂ କଲେଜର ଅଧ୍ୟକ୍ଷ ଇଂ.ମନ୍ମଥ କୁମାର ରାଉଳ, ନୃତ୍ୟଶିଳ୍ପୀ ସାନିଆ ସା, ହାସ୍ୟାଭିନେତା ଗିରିଜା ପଣ୍ଡା, କ୍ରିକେଟର ଅଜୟ ଜେନା, ସଫଳ ଚାଷୀ ଉଦୟନାଥ କର ଓ ଡା. ମଳୟ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉପଦେଷ୍ଟା କମିଟିର ଉମାକାନ୍ତ ନାୟକ, ଅଜୟ ନାୟକ, ଇଂ.ସୁଧାଂଶୁ ନାୟକ, ପ୍ରଶାନ୍ତ ସାହୁ ପ୍ରମୁଖ ଟୁର୍ନାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri