Posted inଖେଳ

ବାପୁଜୀ କ୍ରିକେଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଷଷ୍ଠ ନବ ଦାସ ଏବଂ ୨ୟ ପ୍ରଶାନ୍ତ ମହାପାତ୍ର ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଶେଷ ହୋଇଛି। ସ୍ଥାନୀୟ ବିଜେବି କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ଫାଇନାଲରେ ରାମେଶ୍ୱର ସ୍ପୋର୍ଟିଂକୁ ୭ ଉଇକେଟରେ ହରାଇ ବାପୁଜୀ କ୍ରିକେଟ କ୍ଲବ ଚାମ୍ପିୟନ ହୋଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାମେଶ୍ୱର ଆଶାନୁରୂପ ପ୍ରଦର୍ଶନ କରି ନ ପାରି ୨୦ ଓଭରରେ ୭ ଉଇକେଟ ହରାଇ ୧୦୯ ରନ କରିଥିଲା। ଦଳ ପକ୍ଷରୁ ନରେନ୍ଦ୍ର ଦାସ ସର୍ବାଧିକ ୩୪, ଆଦିତ୍ୟ ଜେନା ୨୨, ଜୟନ୍ତ ପ୍ରଧାନ ୨୦ ରନ କରିଥିଲେ। କାର୍ତ୍ତିକ ବିଶ୍ୱାଳ ରାମେଶ୍ୱର ସ୍ପୋର୍ଟିଂର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ସେ ଚମତ୍କାର ବୋଲିଂ କରି ୪ ଓଭରରେ ୨ଟି ମେଡେନ ନେବା ସହ ମାତ୍ର ୫ ରନ ଦେଇ ୪ ଉଇକେଟ ହାସଲ କରିଥିଲେ। ସୂର୍ଯ୍ୟକାନ୍ତ ପ୍ରଧାନ ଓ ଅଧିନାୟକ ବିପ୍ଳବ ସାମନ୍ତରାୟ ଗୋଟିଏ ଲେଖାଏ ଉଇକେଟ ପାଇଥିଲେ।

୧୧୦ ରନ ବିଜୟ ଲକ୍ଷ୍ୟକୁ ବାପୁଜୀ କ୍ରିକେଟ କ୍ଲବ ୧୨.୫ ଓଭରରେ ମାତ୍ର ୩ ଉଇକେଟ ହରାଇ ହାସଲ କରି ନେଇଥିଲା। ଓପନର ସିଦ୍ଧାନ୍ତ ଜେନା ମାତ୍ର ୨୮ ବଲ୍‌ରୁ ଦ୍ରୁତ ୬୨ (୮ ଚୌକା, ୪ ଛକା) ରନ ସଂଗ୍ରହ କରି ଦଳର ବିଜୟକୁ ସହଜ କରି ଦେଇଥିଲେ। ରାମେଶ୍ୱରର ରାକେଶ ଶର୍ମା ୩ଟି ଯାକ ଉଇକେଟ ନେଇଥିଲେ। ବିଜୟୀ ଦଳର କାର୍ତ୍ତିକ ବିଶ୍ୱାଳ ପ୍ଲେୟର ଅଫ୍‌ ଦି ମ୍ୟାଚ ଓ କ୍ଷମା ସାଗର ବଳ ପ୍ଲେୟର ଅଫ୍‌ ଦି ସିରିଜ ପୁରସ୍କାର ପାଇଥିଲେ। ସ୍ମିତେଶ ମହାପାତ୍ର ଓ ଆହ୍ବାନ ସାହାଣୀ ପୁରସ୍କାର ପ୍ରଦାନ କରିଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୩୫,୦୦୦ ଓ ରନରଅପ୍‌କୁ ୨୫,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା। ନିର୍ମଳ ମିଶ୍ର ଓ ପ୍ରଦୀପ ଜେନା ମ୍ୟାଚ ପରିଚାଳନା କରିଥିଲେ। ସ୍କୋରର ଥିଲେ ଜ୍ଞାନ ରଞ୍ଜନ ନାୟକ। ନରେନ୍ଦ୍ର ଦାଶ, ସୌଭାଗ୍ୟ ମହାନ୍ତି, ଆହ୍ବାନ ସାହାଣୀ ଓ ସ୍ମିତେଶ ମହାପାତ୍ରଙ୍କ ସମେତ ଆୟୋଜକ ନବ ଦାସ ସ୍ମୃତି କମିଟି ଏବଂ ମୁନ୍‌ଲାଇଟ୍‌ କ୍ଲବର ସଦସ୍ୟମାନେ ଟୁର୍ନାମେଣ୍ଟ ପରିଚାଳନାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri