ବାରବାଟୀ ମ୍ୟାଚ୍‌: ଆଜି ପହଞ୍ଚିବେ ଦୁଇ ଟିମ୍‌

ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଉଭୟ ଦଳର ଖେଳାଳି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ୫୦ରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ତେଣୁ ରହଣିସ୍ଥଳ ଜୟଦେବ ବିହାରସ୍ଥିତ ମେ’ ଫେୟାର ହୋଟେଲକୁ ଖେଳାଳିଙ୍କୁ କିପରି ସୁରକ୍ଷାର ସହ ନିଆଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ଗୁରୁବାର ଅପରାହ୍ନରେ କମିଶନରେଟ ପୋଲିସ ପକ୍ଷରୁ ବିମାନ ବନ୍ଦରଠାରୁ ହୋଟେଲ ପର୍ଯ୍ୟନ୍ତ ମକ୍‌ଡ୍ରିଲ୍‌ କରାଯାଇଥିଲା। ମକ୍‌ଡ୍ରିଲ୍‌ ପୂର୍ବରୁ ପୂର୍ବାହ୍ନରେ ଡିସିପି ପ୍ରତୀକ ସିଂ ଓ ଅପରାହ୍ନରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏୟାରପୋର୍ଟରୁ ବିମାନବନ୍ଦର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ। ଅପରାହ୍ନ ପ୍ରାୟ ୪ଟା ୩୦ରେ ପ୍ରଥମେ ଭାରତୀୟ ଦଳର ଦୁଇଟି ବସ୍‌କୁ ସୁରକ୍ଷା ବଳୟ ମଧ୍ୟରେ ଏୟାରପୋର୍ଟରୁ ହୋଟେଲ ପର୍ଯ୍ୟନ୍ତ ନିଆଯାଇଥିଲା। ଏହାପରେ ଦକ୍ଷିଣ ଆଫ୍ରିକା ଦଳର ଗୋଟିଏ ବସ୍‌କୁ ନିଆଯାଇଥିଲା। ବସ୍‌ର ଆଗରେ, ପଛରେ ଓ କଡ଼ରେ ଏକ୍ସକର୍ଟ ଭ୍ୟାନ ରହିଥିଲା। ଖେଳାଳି ଯିବା ସମୟରେ ରାସ୍ତାରେ କୌଣସି ଲୋକ କିମ୍ବା ଅନ୍ୟ ଗାଡ଼ି ରହିବ ନାହିଁ। ତେଣୁ ମକ୍‌ଡ୍ରିଲ୍‌ ସମୟରେ ମଧ୍ୟ ଗୁରୁବାର ରାସ୍ତା ଖାଲି କରାଯାଇ ସୁରକ୍ଷାର ସହ ଖେଳାଳିଙ୍କ ବସ୍‌କୁ ହୋଟେଲ ପର୍ଯ୍ୟନ୍ତ ନିଆଯାଇଥିଲା। ବସ୍‌ ଭିତରେ ସୁରକ୍ଷା ଦେବା ପାଇଁ ସାଦା ପୋଷାକରେ ପୋଲିସ ରହିବେ। ବସ୍‌ରେ ଯଦି କୌଣସି ଅସୁବିଧା ହେଲା ତେବେ ଅନ୍ୟ ସ୍ପେୟାର ଗାଡ଼ି ଦ୍ୱାରା ଖେଳାଳିଙ୍କୁ ବାରବାଟୀ ଷ୍ଟାଡିୟମ ନିଆଯିବ। ଅନ୍ୟପକ୍ଷରେ ହୋଟେଲରେ ମଧ୍ୟ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଶନିବାର ଉଭୟ ଟିମ୍‌ ଅଭ୍ୟାସ ପାଇଁ ବାରବାଟୀ ଷ୍ଟାଡିୟମ୍‌ ଯିବେ। ତେଣୁ ଖେଳାଳିମାନେ କିପରି ସୁରକ୍ଷାର ସହ ମେ’ଫେୟାର ହୋଟେଲ ଆସିବେ ଓ ଏହାପରେ ଅଭ୍ୟାସ ପାଇଁ ଷ୍ଟାଡିୟମ ଯିବେ, ପୁଣି ହୋଟେଲ ଫେରିବେ ଏବଂ ରବିବାର ମ୍ୟାଚ୍‌ ଖେଳିବା ସହ ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ସମସ୍ତ ସୁରକ୍ଷା ଓ ଅନ୍ୟାନ୍ୟ ବ୍ୟବସ୍ଥା କରାଯାଇଛି। ପୋଲିସ କମିଶନର କହିଛନ୍ତି, ଖେଳାଳିଙ୍କୁ ସୁରକ୍ଷା ଦେବା ଆମ କର୍ତ୍ତବ୍ୟ। ତେଣୁ କମିଶନରେଟ ପୋଲିସ ପକ୍ଷରୁ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର କଟକରେ ମକ୍‌ଡ୍ରିଲ କରାଯିବାର ଯୋଜନା ରହିଛି ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?