ଦ୍ୱୈତନଗରୀରେ ସୁରକ୍ଷା ବଢ଼ିଲା: ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ, କଲମ ମନା

ଭୁବନେଶ୍ୱର,୩ା୧୨(ତ୍ରିନାଥ ମହାନ୍ତି):ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ସାଉଥ୍‌ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର କମିଶନରେଟ ପୋଲିସ ପକ୍ଷରୁ ବିଭିନ୍ନ ବିଭାଗକୁ ନେଇ ପୋଲିସ ଭବନଠାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖେଳାଳିଙ୍କ ସୁରକ୍ଷା, ରହଣି ଏବଂ ମ୍ୟାଚ୍‌ ସମୟରେ ଯେପରି କିଛି ବିଶୃଙ୍ଖଳା ବା ଅଘଟଣ ନ ଘଟେ, ସେନେଇ ଆଲୋଚନା କରାଯାଇଛି। କ୍ରୀଡ଼ା ବିଭାଗ, ଅଗ୍ନିଶମ ବିଭାଗର ଅଧିକାରୀଙ୍କ ସମେତ ବିମାନବନ୍ଦର କର୍ତ୍ତୃପକ୍ଷ, କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ, ମୁଖ୍ୟ ଇଞ୍ଜିନିୟର, ମେ’ ଫେୟାର ହୋଟେଲ କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌ ଓ ଓଡ଼ିଶା କ୍ରିକେଟ ଆସୋସିଏଶନ କର୍ମକର୍ତ୍ତା ଯୋଗଦେଇଥିଲେ। ଖେଳାଳିମାନେ ୮ତାରିଖ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଖେଳାଳିମାନେ ଏୟାରପୋର୍ଟ ଛକ, ଏଜି ଛକ ପରେ ଲୋକ ଭବନ ଦେଇ ସିଧା ମେ’ ଫେୟାର ହୋଟେଲରେ ପହଞ୍ଚତ୍ବେ। ସେଠାରୁ ସନ୍ଧ୍ୟାରେ ବାରବାଟୀ ଯାଇ ଖେଳ ଅଭ୍ୟାସ କରି ପୁଣି ରାତିରେ ଫେରି ମେ ଫେୟାର ହୋଟେଲରେ ରହିବେ। ୯ ତାରିଖ ପୂର୍ବାହ୍ନ ୧୦ଟା ସମୟରେ ଖେଳାଳିମାନେ ପୁଣି କଟକ ଅଭିମୁଖେ ବାହାରିବେ। ସେମାନେ ଯିବାଆସିବା ସମୟରେ ସମସ୍ତ ଛକରେ ଲୋକଙ୍କ ଯାତାୟାତକୁ ରୋକାଯିବ। ରାସ୍ତାର ଦୁଇପାର୍ଶ୍ୱରେ ପୋଲିସ ମୁତୟନ ରହିବେ। ଯାତାୟାତରେ ଯେପରି କିଛି ଅସୁବିଧା ନ ହେବ, ବିଶେଷକରି ବିମାନବନ୍ଦର, ମେ ଫେୟାର ହୋଟେଲ, ଫ୍ୟାନ୍‌ ଜୋନ ଏବଂ ଷ୍ଟାଡିୟମରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଖେଳାଳିଙ୍କ ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ, କଲମ ଏବଂ ଅନ୍ୟାନ୍ୟ ସାମଗ୍ରୀ ନେବାକୁ ବାରଣ କରାଯାଇଛି। ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ଦାୟିତ୍ୱ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ ତଦାରଖ କରୁଛନ୍ତି। ଏହି ବୈଠକରେ ପୋଲିସ କମିଶନର ଦେବଦତ୍ତ ସିଂ, ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଟ୍ରାଫିକ ଡିସିପି ତପନ କୁମାର ମହାନ୍ତି, ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ, ସିଆଇଏସ୍‌ଏଫ୍‌ର କମାଣ୍ଡାଣ୍ଟ ରାକେଶ ଚୌଧୁରୀ ଏବଂ ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସଚିବ ଅଭିଜିତ ପଲ୍‌ ବୈଠକରେ ଉପସ୍ଥିତ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri