Barabati ODI Match: ଭୁବନେଶ୍ୱରରେ ପହଞ୍ଚିଲେ ବିରାଟ-ରୋହିତ

ଭୁବନେଶ୍ୱର,୭।୨: ଫେବୃଆରୀ ୯ରେ କମ୍ପିବ ବାରବାଟୀ । ସୁପର ସଣ୍ଡେରେ ହେବ ସୁପର ଫାଇଟ । ମୁହାଁମହିଁ ହେବ ଇଣ୍ଡିଆ-ଇଂଲଣ୍ଡ । ରବିବାର ଖେଳାଯିବାକୁ ଥିବା ଏହି ମହାମୁକାବିଲା ପାଇଁ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଦୁଇ ଦେଶର ଖେଳାଳି । ସୱତନ୍ତ୍ର ବିମାନ ଯୋଗେ ଇଣ୍ଡିଆ-ଇଂଲଣ୍ଡ ଦଳର ଖେଳାଳି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆସି ପହଞ୍ଚିଛନ୍ତି । ସେଠାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଦୁଇ ଦେଶର ଖେଳାଳିଙ୍କୁ ଭୁବନେଶ୍ୱରର ମେ’ ଫେୟାର ହୋଟେଲକୁ ନିଆଯାଇଛି ।

ସେପଟେ ବିମାନ ବନ୍ଦରରେ ଟିମ ଇଣ୍ଡିଆ ଖେଳାଳି ପହଞ୍ଚିବା ପରେ ନିଜର ପସନ୍ଦର ଖେଳାଳିଙ୍କୁ ଦେଖିବା ପାଇଁ ପ୍ରଶଂସକଙ୍କ ବେଶ ଭିଡ ଜମିଥିଲା । ଅନ୍ୟପଟେ ଆଜି ଭୁବନେଶ୍ୱରରେ ଉଭୟ ଦେଶର ଖେଳାଳି ପହଞ୍ଚିବା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର କ ଯାଞ୍ଚ କରାଯାଇଛି । ବିଶେଷକରି ଖେଳାଳିଙ୍କ ସୁରକ୍ଷାକୁ ବିଶେଷ ଗୁରୁତ୍ବ ଦିଆଯାଇଛି । ସେହିପରି ମ୍ୟାଚ ସମୟରେ ଷ୍ଟାଡିୟମ ଭିତରକୁ ପାଣି ବୋତଲ ମଧ୍ୟ ନେଇ ଦର୍ଶକ ଯାଇପାରିବେ ନାହିଁ ବୋଲି ପୋଲିସ କମିଶନର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?