ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଛି ଏବଂ ସେଠାରେ ଖେଳାଳିମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଆସନ୍ତା ଡିସେମ୍ବର ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ପ୍ରଥମ T20 ମ୍ୟାଚ୍ ଖେଳାଯିବ।

କଟକର ବାରବାଟୀ T20 ମ୍ୟାଚ୍ ପାଇଁ ମୋଟ୍ ୬ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ସାଧାରଣ ଦର୍ଶକଙ୍କ ପାଇଁ ତଳ ବାଲିଯାତ୍ରା ପଡ଼ିଆ। ଭିଆଇପିଙ୍କ ପାଇଁ ଉପର ବାଲିଯାତ୍ରା ପଡ଼ିଆ।ଓସିଏ ସଦସ୍ୟଙ୍କ ପାଇଁ କ୍ରିକେଟ ଏକାଡେମୀ ପଡ଼ିଆ। ଟିଭି ସଦସ୍ୟ ଓ ପାସ୍‌ଧାରୀଙ୍କ ପାଇଁ ଅଶ୍ୱଦ୍ୱାର ସାମ୍ନା ତିନି କୋଣିଆ ସ୍ଥାନ। ପାସ୍‌ଧାରୀ ଭିଆଇପିଙ୍କ ପାଇଁ ଓସିଏ କ୍ଲବ ଓ ଜାଭିୟର ସ୍କୁଲ୍।

OCA ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ସୋମବାର ଭାରତୀୟ ଦଳର ନେଟ୍ ପ୍ରାକ୍ଟିସ୍ ଦିନ ସାଢ଼େ ୧୧ଟାରେ ବାରବାଟୀରେ ଅନୁଷ୍ଠିତ ହେବ। ଦକ୍ଷିଣ ଆଫ୍ରିକା ଟିମ୍ ସନ୍ଧ୍ୟାରେ ଫ୍ଲଡ୍ ଲାଇଟ୍ ତଳେ ଅଭ୍ୟାସ କରିବ। ନେଟ୍ ପ୍ରାକ୍ଟିସ୍ ଦେଖିବା ପାଇଁ ଦୁଇଟି ଗ୍ୟାଲେରୀ ଖୋଲା ରଖାଯିବାର ବ୍ୟବସ୍ଥା କରାଯାଇଛି।

ଅନ୍ୟପକ୍ଷରେ, ରବିବାର ହାର୍ଦ୍ଦିକ ପାଣ୍ଡ୍ୟା ବାରବାଟୀ ଯାଇ ଅଭ୍ୟାସ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ମ୍ୟାଚ୍ ରେ ଉପସ୍ଥିତ ରହି ପୂରା ମ୍ୟାଚ୍ ଦେଖିବେ ବୋଲି ନିଶ୍ଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?