ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…

ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ ସମର୍ଥନ କରିଛନ୍ତି। ନିଜର ‘ଏକ୍ସ’ରେ ପୋଷ୍ଟ କରି ଓବାମା କହିଛନ୍ତି ଯେ, ସେ ଏବଂ ତାଙ୍କ ପତ୍ନୀ ଭାବନ୍ତି ଯେ ତାଙ୍କ ବନ୍ଧୁ ଆମେରିକାର ଜଣେ ଭଲ ରାଷ୍ଟ୍ରପତି ହେବେ। ପୂର୍ବରୁ ଓବାମାଙ୍କ ସମର୍ଥନଙ୍କୁ ଅପେକ୍ଷା କରାଯାଇଥିବା ବେଳେ ଏବେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଓବାମା ଏବଂ ମିଶେଲ ଆମେରିକାର ଉପରାଷ୍ଟ୍ରପତି କମଲାଙ୍କୁ ଫୋନ୍‌ରେ ହୋଇଥିବା ଆଲୋଚନାର ଏକ କ୍ଲିପ୍‌ ଶେୟାର କରି କହିଛନ୍ତି, ଏହି ସପ୍ତାହ ଆରମ୍ଭରେ ମୁଁ ମୋର ବନ୍ଧୁ କମଲା ହାରିସଙ୍କୁ ଫୋନ୍‌ କରିଥିଲି। ଆମେ ତାଙ୍କୁ କହିଲୁ ଯେ ସେ ଆମେରିକାର ଜଣେ ଉଲ୍ଲେଖନୀୟ ରାଷ୍ଟ୍ରପତୀ ହେବେ, ଏଭଳି ଆମେ ଭାବୁଛୁ। ଆମ ଦେଶ ଏବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି, ଏହାକୁ ଦେଖି ଆମେ ସେସବୁ କରିବାକେୁ ଯାଉଛୁ ଯାହାଦ୍ୱାରା ନଭେମ୍ବରରେ ତାଙ୍କ ବିଜୟ ଉପରେ ମୋହର ବାଜିବ। ଆମର ଏହି କାର୍ଯ୍ୟ ସହ ଆପଣ ଯୋଡ଼ି ହେବେ ବୋଲି ଆଶା ବୋଲି ସେ କହିଛନ୍ତି।

କହିରଖୁଛୁ, ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ପ୍ରାୟ ୧୦୦ ଦିନ ବାକି। ବାଇଡେନ୍‌ ନିର୍ବାଚନ ଦୌଡ଼ରୁ ହଟିଯିବା ପରେ ମୁକାବିଲା ରୋଚକ ହେବାରେ ଲାଗିଚି। ରାଷ୍ଟ୍ରପତି ପଦ ଦୌଡ଼ରେ ଡେମୋକ୍ରେଟ୍‌ ପାର୍ଟି ପକ୍ଷରୁ କମଲାଙ୍କ ନାମ ଆଗରେ ରହିଛି। ଏଣୁ ଅଗଷ୍ଟରେ ତାଙ୍କ ପ୍ରାର୍ଥୀତ୍ୱକୁ ନେଇ ଆଧିକାରୀକ ଘୋଷଣା ହୋଇପାରେ। ନିର୍ବାଚନ ପୂର୍ବରୁ ହୋଇଥିବା ପୋଲ୍‌ରେ କମଲା ଟ୍ରମ୍ପଙ୍କୁ ଟପିଥିବା ଦେଖାଯାଇଛି। କହିବାକୁ ଗଲେ ନିର୍ବାଚନରେ ଦୁହିଁଙ୍କ ମଧ୍ୟରେ ଜବରଦସ୍ତ ମୁକାବିଲା ଦେଖିବାକୁ ମିଳିପାରେ। ସେ ଟ୍ରମ୍ପଙ୍କୁ କଡ଼ା ଟକ୍କର ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri