ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏ ନେଇ ବିଶି ଶୁକ୍ରବାର ବରଗଡ଼ ସଦର ଥାନାରେ ଏକ ଲିଖିତ ଏତଲା ଦେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତନାଘନା ଆରମ୍ଭ କରିଛି।

ସୂଚନା ଅନୁଯାୟୀ, କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ସ୍ଥାନୀୟ ମାଲିପାଲି ବ୍ରିଜ୍‌ରୁ ଲାଉନସରା ରାସ୍ତା ଉନ୍ନତିକରଣ କାର୍ଯ୍ୟ କରୁଛନ୍ତି। ତେବେ କିଛି ମାଫିଆ ଜୀରା ନଦୀରୁ ବେଆଇନ ଭାବେ ବାଲି ଉଠାଇ ବଡ଼ ବଡ଼ ହାଇୱା ଗାଡ଼ି ଯୋଗେ ସେହି ନିର୍ମାଣାଧୀନ ରାସ୍ତାରେ ନେଉଥିଲେ। ଫଳରେ ଚାଲିଥିବା ରାସ୍ତା କାମ ବେଶ୍ ପ୍ରଭାବିତ ହେଉଥିଲା। ତେଣୁ କାମକୁ ସୁରୁଖୁରୁରେ କରିବା ଦୃଷ୍ଟିକୋଣରୁ କଣ୍ଟ୍ରାକ୍ଟର ବିଶି ଉକ୍ତ ରାସ୍ତାର ମୁଣ୍ଡକୁ ବନ୍ଦ କରି ଦେଇଥିଲେ।

ଅଭିଯୋଗ ମୁତାବକ, ଗୁରୁବାର ସନ୍ଧ୍ୟାରେ କିଛି ଅସାମାଜିକ ଯୁବକ ସେଠାରେ ପହଞ୍ଚି ରାସ୍ତା ବନ୍ଦକୁ ନେଇ ବେଶ୍ ପାଟି କରିଥିଲେ। ଏହାପରେ ସେମାନେ କଣ୍ଟ୍ରାକ୍ଟର ବିଶିଙ୍କ ଉପରକୁ ବନ୍ଧୁକ ଦେଖାଇ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। କେବଳ ସେତିକି ନୁହେଁ, ଅଭିଯୁକ୍ତମାନେ ତାଙ୍କୁ ନିର୍ଧୁମ ମାଡ଼ ମାରିବା ସହ ସେ ପିନ୍ଧିଥିବା ସୁନା ଚେନ୍‌କୁ ମଧ୍ୟ ଛିଣ୍ଡାଇ ନେଇଥିବା ସେ ଏତଲାରେ ଦର୍ଶାଇଛନ୍ତି।

ଏହି ସଂଘାତିକ ଘଟଣାକୁ ସ୍ଥାନୀୟ କଣ୍ଟ୍ରାକ୍ଟର ଆସୋସିଏସନ୍ ତୀବ୍ର ନିନ୍ଦା କରିଛି। କାର୍ଯ୍ୟରତ ଠିକାଦାରଙ୍କୁ ଏଭଳି ସୁରକ୍ଷାହୀନତା ମଧ୍ୟରେ କାମ କରିବା ଅସମ୍ଭବ ବୋଲି ସଂଘ କହିଛି। ଏହି ପ୍ରସଙ୍ଗରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ଅଭିଯୁକ୍ତମାନଙ୍କ ଗିରଫ ଦାବିରେ ସଂଘର ସଦସ୍ୟମାନେ ବରଗଡ଼ ଏସପିଙ୍କୁ ଭେଟିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?