ରାତି ପାହିଲେ ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ୍‌,୨୬।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚାଲିବ। ବରଗଡ଼ ସହର ମଥୁରାନଗରୀ, ସହର ଉପକଣ୍ଠ ଅମ୍ବାପାଲି ଗୋପପୁର ଏବଂ ଜିରା ନଦୀ ଯମୁନା ପାଲଟିବ। କୋଭିଡ୍‌ କଟକଣା ଯୋଗୁ ବିଗତ ୨ବର୍ଷ ଧରି ଧନୁଯାତ୍ରା ହୋଇ ପାରି ନ ଥିଲା। କଟକଣା ହଟିବା ପରେ ଏଥର ମହୋତ୍ସବ ପୁଣି ଆରମ୍ଭ ହେବ। ଫଳରେ ଦର୍ଶକଙ୍କଠାରୁ ଆରମ୍ଭ କରି କଳାକାର ତଥା ଉଭୟ ମଥୁରା ଓ ଗୋପପୁରବାସୀଙ୍କ ମଧ୍ୟରେ ଉତ୍ସାହ ଉଦ୍ଦୀପନା ପରିଲକ୍ଷିତ ହୋଇଛି ।
ଧନୁପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ହାଟପଦାରେ ରାଜଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ସୁଦୃଶ୍ୟ ମଞ୍ଚ ନିର୍ମାଣ କରାଯାଇଛି। ଧନୁଯାତ୍ରା ପାଇଁ ଗୋଟିଏ ହାତୀ ମାହୁନ୍ତ ସହିତ ଏଠାରେ ପହଞ୍ଚତ୍ଥିବା ବେଳେ ୪ଘୋଡ଼ା ଏବଂ ୫ଓଟ ଆସିଛନ୍ତି। ସେହିପରି ଗୋପପୁର ମଧ୍ୟ କୃଷ୍ଣଲୀଳା ଚିତ୍ରରେ ସଜାଇ ହୋଇଛି। ପରମ୍ପରା ଅନୁଯାୟୀ, ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ଏବଂ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ସନ୍ଧ୍ୟା ୭ଟାରେ ମହୋତ୍ସବକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅପରାହ୍ନ ୨ଟାରୁ ଧନୁଯାତ୍ରା ପ୍ରଚାର ପ୍ରସାର କମିଟି ଦ୍ୱାରା ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରା ସ୍ଥାନୀୟ ଗାନ୍ଧୀଛକ କଲ୍ୟାଣ ମଣ୍ଡପରୁ ବାହାରି ସହର ପରିକ୍ରମା କରିବା ସହିତ ତଳିପଡ଼ା ସମଲେଶ୍ୱରୀ ମନ୍ଦିର ଅଭିମୁଖେ ବାହାରିବ। ସେଠାରୁ ଶୋଭାଯାତ୍ରା ରାଜଦରବାରରେ ପହଞ୍ଚତ୍ବ। ସେଠାରେ ମହୋତ୍ସବ ଉଦ୍‌ଘାଟନ ପରେ ଧନୁଯାତ୍ରା ଦୃଶ୍ୟାଭିନୟ ଅଭିନୀତ ହେବ। ଅନ୍ୟବର୍ଷ ଭଳି ଏଥର ମଧ୍ୟ ପ୍ରଥମ ୭ଦିନ ହାଟପଦା ମଞ୍ଚ ରାଜଦରବାର ଏବଂ ଶେଷ ୪ଦିନ ରଙ୍ଗମହଲ ପାଲଟିବ। ସେହିପରି ପ୍ରଥମ ୭ଦିନ ରଙ୍ଗମହଲ ହୋଇଥିବା ଲୋକମଣ୍ଡପ ପଡ଼ିଆ ମଞ୍ଚ ଶେଷ ୪ଦିନ ରାଜଦରବାର ପାଲଟିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?