ନିରୂପଣ ହେଲା ନୂଆଁଖାଇ ଲଗ୍ନ: ନିଶାର୍ଦ୍ଧ ପରେ ଗ୍ରାମ୍ୟଦେବୀ ସମଲେଇଙ୍କ ପୀଠରେ ଲାଗିବ ନବାନ୍ନ

ବରଗଡ଼, ୧୭।୮(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ରବିବାର ସାରେ ଲଗ୍ନ ନିର୍ଦ୍ଧାରୀତ ହୋଇଛି। ପଣ୍ଡିତ ଚୂଡାମଣି ରଥ, ପଣ୍ଡିତ ବିଘ୍ନରାଜ ଦାଶ, ପଣ୍ଡିତ ସୁଧାଂଶୁ  ଚରଣ ଦାଶ, ପଣ୍ଡିତ ବିଷ୍ଣୁଦୟାଲ ଦାଶ, ପଣ୍ଡିତ ଆୟୁଷ୍ମନ୍ତ ଷଡ଼ଙ୍ଗୀ,  ମନ୍ଦିରର ପୂଜକ  କ୍ଷୀରୋଦ୍ର ଝାଙ୍କର ପ୍ରମୁଖ ଲଗ୍ନ ନିର୍ଦ୍ଧାରଣ କରିଥିଲେ। ଆଗାମୀ ଅଗଷ୍ଟ ୨୭  ତାରିଖ ବୁଧବାର ନିଶାର୍ଦ୍ଧ ପରେ ୨୮ ତାରିଖ ଗୁରୁବାର ପାହାନ୍ତିଆ ହେବା ପୂର୍ବରୁ ମାଁ ସମଲେଶ୍ୱରୀଙ୍କଠାରେ ନବାନ୍ନ ଭୋଗର ସମସ୍ତ କାର୍ଯ୍ୟ ସମ୍ପାଦନ କରାଯିବ ବୋଲି ପଣ୍ଡିତମାନେ ସୂଚନା ଦେଇଥିଲେ।
ସୂଚନା ମୁତାବକ ବରଗଡ଼ ସମଲେଶ୍ୱରୀ ମନ୍ଦିରର ଏକ ନିଆରା ପରମ୍ପରା ରହିଛି। ମାଁଙ୍କଠାରେ କେତେବେଳେ ନବାନ୍ନ ଭୋଗ ଲାଗି କରାଯାଏ, ତାହା ଲୋକଲୋଚନକୁ ଅଣାଯାଏ ନାହିଁ । ସେଥିପାଇଁ ନିଶାର୍ଦ୍ଧରେ ମାଁଙ୍କଠାରେ ନବାନ୍ନ ଭୋଗ ଲାଗି କରାଯାଏ। ସେହିପରି ଅଗଷ୍ଟ ୨୮ ତାରିଖ ଗୁରୁବାର ଭାଦ୍ରବ ଶୁକ୍ଲ ପଞ୍ଚମୀ ସିଂହ ୧୨  ଦିନ ବିଶୁଦ୍ଧ ତୁଳ ଲଗ୍ନେ ତୁଳ ଚନ୍ଦ୍ରେ  ସ୍ବାତୀ ନକ୍ଷତ୍ରେ ଶୁକ୍ଳ ଯୋଗେ ମୀନ ନବାଂଶେ  ପୂର୍ବାହ୍ନ ୧୦ ଘଣ୍ଟା ୨୩ମିନିଟରୁ  ୧୦ ଘଣ୍ଟା ୩୭ ମିନିଟ ମଧ୍ୟେ ସର୍ବସାଧାରଣ ନିଜ ଇଷ୍ଟଦେବାଦେବୀଙ୍କଠାରେ ନବାନ୍ନ ଭୋଗ ଲାଗି କରି ନବାନ୍ନ ଭକ୍ଷଣ କରିବା ଶୁଭପ୍ରଦ ଅଟେ ବୋଲି ଲଗ୍ନ ସ୍ଥିରିକୃତ ହୋଇଥିଲା। ଏହି ଅବସରରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀଙ୍କ ସମେତ ହାଟପଦା ଦୁର୍ଗା ମନ୍ଦିର, ମା ଶ୍ୟାମାକାଳୀ ମନ୍ଦିରର କର୍ମକର୍ତ୍ତା ତଥା ବରଗଡ଼ ସମଲେଶ୍ବରୀ ମନ୍ଦିର  ପରିଚାଳନା କମିଟିର ସଦସ୍ୟ ଏବଂ  ସହରର ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri