ଆକ୍ସନ ମୋଡ୍‌ରେ ବରଗଡ଼ ପୋଲିସ: ନିଶା ବେପାରୀଙ୍କ ଆଡ୍ଡା ଉପରେ ମାଡ଼ିଲା ବୁଲଡୋଜର୍‌, ଛାନିଆ ହେଲେଣି…

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢିଚାଲିଥିବା ଅପରାଧିକ କାର୍ଯ୍ୟକଳାପ ଉପରେ ପାଲିସର ଶକ୍ତ ପ୍ରହାର। ସହରରେ ଲୁଟପାଟ, ଛୁରାମାଡ଼ ଏବଂ ହତ୍ୟାକାଣ୍ଡ ଭଳି ଘଟଣା ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଥିବା ବେଳେ, ଏହାର ମୁଖ୍ୟ କାରଣ ସାଜିଥିବା ‘ନିଶା କାରବାର’ ବିରୁଦ୍ଧରେ ଅଭିଯାନ ଆରମ୍ଭ କରିଛି ପ୍ରଶାସନ।

ସହରବାସୀଙ୍କ ବାରମ୍ବାର ଅଭିଯୋଗ ଏବଂ ଅପରାଧ ନିୟନ୍ତ୍ରଣ ପାଇଁ ମଙ୍ଗଳବାର ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ଆକ୍ସନ ମୋଡକୁ ଆସିଛି। ପୋଲିସ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଚାଲିଥିବା ନିଶା ବେପାରୀଙ୍କ ଆଡ୍ଡାଗୁଡ଼ିକୁ ଚିହ୍ନଟ କରାଯାଇଥିଲା। ଏହି କ୍ରମରେ ଉମା ଟୋକିଜ ପାର୍ଶ୍ୱ ଦୋରା ବନ୍ଧ ରାସ୍ତାରେ ରହିଥିବା ଏକ ପ୍ରମୁଖ ନିଶା ଆଡ୍ଡା ଉପରେ ବୁଲଡୋଜର ଚଲାଇ ତାହାକୁ ସମ୍ପୂର୍ଣ୍ଣ ଭାବେ ଧୂଳିସାତ କରିଦିଆଯାଇଛି।

ସହରରେ ବଢୁଥିବା ହିଂସାକାଣ୍ଡକୁ ରୋକିବା ପାଇଁ ଏହା ଏକ ବଡ଼ ପଦକ୍ଷେପ।ବେଆଇନ ଭାବେ ଗଢିଉଠିଥିବା ନିଶା କାରବାର କେନ୍ଦ୍ରଗୁଡ଼ିକୁ ଭାଙ୍ଗି ଦିଆଯାଉଛି। ପୋଲିସର ଏହି କାର୍ଯ୍ୟାନୁଷ୍ଠାନକୁ ସହରବାସୀ ସୱାଗତ କରିଥିଲେ ହେଁ, ଏହି ଅଭିଯାନ କେତେଦିନ ଜାରି ରହିବ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିଶା କାରବାର ଯୋଗୁ ଯୁବପିଢ଼ୀ ବିପଥଗାମୀ ହେବା ସହ ଅପରାଧ ବଢୁଛି। ପୋଲିସର ଏହି ବୁଲଡୋଜର ମାଡ଼ ଅପରାଧୀଙ୍କ ମନରେ ଭୟ ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ତେବେ ସହରକୁ ଅପରାଧମୁକ୍ତ କରିବା ପାଇଁ ପୋଲିସର ଏହି ଡ୍ରାଇଭ୍‌ ଆଗକୁ କି ରୂପ ନେଉଛି, ତାହା ଦେଖିବାକୁ ବାକି ରହିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri