ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇପାରି ନାହିଁ। ଘଟଣାରେ ପ୍ରଥମେ ପୀଡ଼ିତାଙ୍କ ନିଖୋଜ ନେଇ ଏକ ଫୋନକଲ୍‌ ରେକର୍ଡର ଅଡିଓ କ୍ଲିପ୍‌ ଭାଇରାଲ ହୋଇଥିଲା। ଏବେ ସ୍ଥାନୀୟ ଏକ ମଲ୍‌ର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ସେହି ଫୁଟେଜରେ ପୀଡ଼ିତା ବାହାରୁଥିବା ଏବଂ ତାଙ୍କ ସହିତ ଜଣେ ଯୁବକ ରହିଥିବା ଚର୍ଚ୍ଚା ଦେଖାଯାଉଛି। ତେବେ ସମ୍ପୃକ୍ତ ଯୁବକ ଜଣକ କିଏ? ତାକୁ ନେଇ ନାନା କଳ୍ପନାଜଳ୍ପନା କରାଯାଉଥିବାବେଳେ ପୋଲିସ ମଧ୍ୟ ଫୁଟେଜ୍‌ ଆଧାରରେ ସମ୍ପୃକ୍ତ ଯୁବକଙ୍କୁ ଧରିବା ପାଇଁ ବ୍ୟାପକ ତନାଘନା ଚଲାଇଛି। ଅପରପକ୍ଷେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରା ନ ଗଲେ ବିଜେଡି, କଂଗ୍ରେସ ସମେତ ବିଭିନ୍ନ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇ ସାରିଛନ୍ତି। ସେହିପରି ଅଞ୍ଚଳବାସୀ ପୀଡ଼ିତାଙ୍କୁ ନ୍ୟାୟ, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗୁରୁବାର ବରଡ଼ୋଲ ଛକରେ ରାସ୍ତାରୋକୋ କରିଥିଲେ। ପୋଲିସ ପ୍ରଶାସନିକ ଅଧିକାରୀ ଆନ୍ଦୋଳନସ୍ଥଳରେ ପହଞ୍ଚି ୪୮ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଅଭିଯୁକ୍ତମାନେ ପୋଲିସ ଜାଲରେ ପଡ଼ି ସାରିଥିବା ନେଇ ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri