ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇପାରି ନାହିଁ। ଘଟଣାରେ ପ୍ରଥମେ ପୀଡ଼ିତାଙ୍କ ନିଖୋଜ ନେଇ ଏକ ଫୋନକଲ୍‌ ରେକର୍ଡର ଅଡିଓ କ୍ଲିପ୍‌ ଭାଇରାଲ ହୋଇଥିଲା। ଏବେ ସ୍ଥାନୀୟ ଏକ ମଲ୍‌ର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ସେହି ଫୁଟେଜରେ ପୀଡ଼ିତା ବାହାରୁଥିବା ଏବଂ ତାଙ୍କ ସହିତ ଜଣେ ଯୁବକ ରହିଥିବା ଚର୍ଚ୍ଚା ଦେଖାଯାଉଛି। ତେବେ ସମ୍ପୃକ୍ତ ଯୁବକ ଜଣକ କିଏ? ତାକୁ ନେଇ ନାନା କଳ୍ପନାଜଳ୍ପନା କରାଯାଉଥିବାବେଳେ ପୋଲିସ ମଧ୍ୟ ଫୁଟେଜ୍‌ ଆଧାରରେ ସମ୍ପୃକ୍ତ ଯୁବକଙ୍କୁ ଧରିବା ପାଇଁ ବ୍ୟାପକ ତନାଘନା ଚଲାଇଛି। ଅପରପକ୍ଷେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରା ନ ଗଲେ ବିଜେଡି, କଂଗ୍ରେସ ସମେତ ବିଭିନ୍ନ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇ ସାରିଛନ୍ତି। ସେହିପରି ଅଞ୍ଚଳବାସୀ ପୀଡ଼ିତାଙ୍କୁ ନ୍ୟାୟ, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗୁରୁବାର ବରଡ଼ୋଲ ଛକରେ ରାସ୍ତାରୋକୋ କରିଥିଲେ। ପୋଲିସ ପ୍ରଶାସନିକ ଅଧିକାରୀ ଆନ୍ଦୋଳନସ୍ଥଳରେ ପହଞ୍ଚି ୪୮ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଅଭିଯୁକ୍ତମାନେ ପୋଲିସ ଜାଲରେ ପଡ଼ି ସାରିଥିବା ନେଇ ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri