କୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀ

ବରଗଡ଼, ୫ା୧(ପ୍ରେମାନନ୍ଦ ଖମାରୀ): କୃଷି ଓଡ଼ିଶା-୨୦୨୫ ଉତ୍ସବ ରବିବାର ଉଦଯାପିତ ହୋଇଛି। ଭୁବନେଶ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲା ପ୍ରଥମ ସ୍ଥାନ ଅଧିକାର କରିଛି। ସର୍ବୋକୃଷ୍ଟ ଆତ୍ମା ଭାବେ ବରଗଡ଼ ସାରା ରାଜ୍ୟରେ ସମ୍ମାନିତ ହୋଇଛି।

କୃଷି ଓଡ଼ିଶା-୨୦୨୫ରେ ବରଗଡ଼ ଜିଲା କୃଷି ବିଭାଗ ବିଶ୍ବପ୍ରସିଦ୍ଧ ଧନୁଯାତ୍ରାର ମୁଖ୍ୟ ଆକର୍ଷକ ମହାରାଜ କଂସଙ୍କର ଆଦେଶ ମୁତାବକ ସମନ୍ୱିତ ଚାଷ ପଦ୍ଧତି ଆପଣାଇବା ପାଇଁ ସାରା ରାଜ୍ୟବାସୀଙ୍କୁ ବାର୍ତ୍ତା ପ୍ରଦାନ କରିବା ସହିତ ମା’ ସମଲଶ୍ବରୀଙ୍କ ଧବଳମୁଖୀ ବେଶକୁ ବରଗଡ଼ରୁ ଉତ୍ପାଦିତ ଉତ୍କୃଷ୍ଟ ତୁଳାରେ ସଜାଇ ଦର୍ଶକ ମାନକ ପାଇଁ ଏକ ଆକର୍ଷଣର କେନ୍ଦ୍ର ବିନ୍ଦୁ ସଜାଇ ପାରିଥିଲା।

ଓଡ଼ିଶାର ଭାତ ହାଣ୍ଡି ବରଗଡ଼ର ଷ୍ଟଲରେ ୩୫୦ କିସମ ଦେଶୀ ଧାନ ବିହନ, କଳା ଧାନ ଓ ଦେଶୀ ମାଣ୍ଡିଆ ବିହନ ଦର୍ଶକକୁ ବେଶ ଆକର୍ଷଣ କରିପାରିଥିଲା ଏବଂ ଏଥିପାଇଁ ପ୍ରଥମ ସ୍ଥାନ ଅଧିକାର କରିଥିଲା। ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କଠାରୁ ବରଗଡ଼ ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ସମ୍ମାନ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri