ଗୁଳିବିଦ୍ଧ ବାରହାର ମୃତଦେହ ଜବତ; ଦେଶୀ ବନ୍ଧୁକ ଜବତ, ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୨୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ସକାଳ ପ୍ରାୟ ସାଢ଼େ ୧୨ ଟାରେ ଏକ ଗୁଳିବିଦ୍ଧ ବାରହାର ମୃତଦେହକୁ ବନବିଭାଗ କର୍ମଚାରୀ ଜବତ କରିଛନ୍ତି। ବାରହା ଶିକାରରେ ସମ୍ପୃକ୍ତ ଅନ୍ୟ ୨ ଜଣ ଶିକାରି ଦୌଡ଼ି ପଳାଇଥିବାବେଳେ ଜଣେ ଶିକାରିଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର ସିମାଞ୍ଚଳ ପ୍ରଧାନ। ବାରହା ଶିକାରରେ ବ୍ୟବହୃତ ଦେଶୀ ବନ୍ଧୁକ,ଲୁହା ତେଣ୍ଟା,ଫାସ ଯୁକ୍ତ କ୍ଳଚ ୱାଇର, ମୋବାଇଲ ଫୋନ ତାଙ୍କ ନିକଟରୁ ଜବତ କରାଯାଇଛି।

ରାତି ପ୍ରାୟ ସାଢ଼େ ୮ ଟାରେ ତାଙ୍କୁ କୋର୍ଟ ଚାଲାଣ କରାଯିବା ପରେ ବନ ବିଭାଗ ମାମଲା ନଂ.୧୯୭/୨୪-୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ନୂଆପଡ଼ା ବନ ବିଭାଗ ସେକ୍ସନ ଫରେଷ୍ଟର ଇଶ୍ୱା. ଗଣେଶ ଖବର ପାଇ ସଦଳବଳେ ଜଙ୍ଗଲରେ ପହଞ୍ଚିଥିଲେ। ସେମାନେ ପହଞ୍ଚିବା ବେଳେ ୨ ଶିକାରି ସେଠାରୁ କୌଶଳକ୍ରମେ ଦୌଡ଼ି ପଳାଇଥିବା ବେଳେ ସିମାଞ୍ଚଳ ଙ୍କୁ ମାଡ଼ି ବସିଥିଲେ। ତାଙ୍କ ନିକଟରୁ ଦେଶୀ ବନ୍ଧୁକ, ମୃତ ବାରହା,ଫାସ ସାମଗ୍ରୀକୁ ଜବତ କରି ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କୁ ଖବର ଦେଇଥିଲେ। ରେଞ୍ଜର ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଥିଲେ। ମୃତ ବାରହାଟି ମାଇ ପ୍ରଜାତିର। ତାକୁ ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବାରହା ଶିକାରରେ ସମ୍ପୃକ୍ତ ଅନ୍ୟ ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି । ଖୁବ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ରେଞ୍ଜର ଜଣାଇଛନ୍ତି।

ସୂଚନା ଯୋଗ୍ୟ ଯେ, ଗତ କିଛିବର୍ଷ ହେଲା ଦିଗପହଣ୍ଡି ବନାଞ୍ଚଳ ଅଧିନ ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଅବାଧ ବନ୍ୟଜନ୍ତୁ ଶିକାର ଚାଲିଛି। ଶିକାରି ମାନେ ଯୋଜନାବଦ୍ଧ ଭାବେ ଅନାୟସରେ ଶିକାର କରୁଥିବା ବେଳେ ବନବିଭାଗ କର୍ମଚାରୀଙ୍କ ଏଥିପ୍ରତି ଧ୍ୟାନ ନଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri