ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ ହଟାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଚତୁର୍ଦ୍ଦଶ ଅର୍ଥ କମିଶନ ଅନୁଦାନରେ ବରାହିପୁର ପଞ୍ଚାୟତର ରାଜୀବଗାନ୍ଧୀ ସେବା କେନ୍ଦ୍ର ଗୃହରେ ୨୦୨୩-୨୪ ଆର୍ଥିକ ବର୍ଷରେ ଶୀତତାପ ନିୟନ୍ତ୍ରଣ ଯନ୍ତ୍ର ଲଗାଇବା ବାବଦରେ ସରପଞ୍ଚ ରଶ୍ମିତା ୧ ଲକ୍ଷ ୩୫ ହଜାର ଟଙ୍କା ଉଠାଇଥିଲେ। ଏଥିରେ ବ୍ୟାପକ ଅର୍ଥ ହେରଫେର ହୋଇଥିବା ନେଇ କେତେଜଣ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ ଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତଙ୍କୁ ଏଡ଼ାଇବା ପାଇଁ ଅଗଷ୍ଟ ୨୩ ତାରିଖରେ ସେବାକେନ୍ଦ୍ର ଗୃହରେ ଆଉ ୨ଟି ଶୀତତାପ ନିୟନ୍ତ୍ରଣ ଯନ୍ତ୍ର ଲଗାଇଥିଲେ। ଉଭୟ ଘଟଣାରେ ସରକାରୀ ତହବିଲରୁ ମୋଟ୍‌ ୨ଲକ୍ଷ ୭ ହଜାର ୨୪୮ ଟଙ୍କା ଖର୍ଚ୍ଚ ହୋଇଥିଲା। ତଦନ୍ତରେ ଅର୍ଥ ଅନିୟମିତତା ହୋଇଥିବା ନେଇ ଜଣାପଡ଼ିବା ପରେ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି ରଶ୍ମିତାଙ୍କୁ ପଦବୀରୁ ନିଲମ୍ବନ କରାଯାଇଛି। ଏହି ଘଟଣାରେ ବିଲ୍‌ କରିଥିବା ସମ୍ପୃକ୍ତ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ କ’ଣ ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାର ନିରପେକ୍ଷ ତଦନ୍ତ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri