ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ଆଶାୟୀଙ୍କୁ ନେଇ ଚାଲିଛି ଅଙ୍କକଷା

କଟକ,୨୫।୨(ଶିଳ୍ପା ପ୍ରିୟଦର୍ଶିନୀ): ୨୦୨୪ ନିର୍ବାଚନ ପାଇଁ ଚାଲିଛି ସମସ୍ତ ଦଳ ମଧ୍ୟରେ ଅଙ୍କକଷା। ଏପରିକି ଦଳରୁ ଏକାଧିକ ଆଶାୟୀ ପ୍ରାଥୀଙ୍କ ନାମ ମଧ୍ୟ ସାମ୍ନାକୁ ଆସିବାରେ ଲାଗିଛି। ବିଧିବଦ୍ଧ ଭାବେ ଆଶାୟୀଙ୍କ ନାଁ ଘୋଷଣା ହୋଇନାହିଁ ସତ, ହେଲେ ଚର୍ଚ୍ଚା ଦିନକୁ ଦିନ ବଢୁଛି। ବାରବାଟୀ-କଟକ ଆସନ ପାଇଁ ଭାଜପାର ଆଶାୟୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ଦେ, ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ସ୍ମୃତି ପଟ୍ଟନାୟକ, ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁ, କର୍ପୋରେଟର ଗଗନ ଓଝା, ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା କୋଷାଧ୍ୟକ୍ଷ କଳ୍ପନା ପଟ୍ଟନାୟକ, ବରିଷ୍ଠ ନେତ୍ରୀ ଗୀତା ଦାସ, ବ୍ୟାଙ୍କ କର୍ମଚାରୀ ସଂଘ ନେତା ଦୁର୍ଯ୍ୟୋଧନ ଲେଙ୍କା, ଆଇନଜୀବୀ ସୌରଚନ୍ଦ୍ର ମହାପାତ୍ରଙ୍କୁ ନେଇ ଏବେ କଳ୍ପନାଜଳ୍ପନା କରାଯାଉଛି। ୨୦୧୯ ନିର୍ବାଚନରେ ବାରବାଟୀ-କଟକ ଆସନରୁ ବରିଷ୍ଠ ନେତା ସମୀର ଦେ ଲଢ଼ିଥିବାବେଳେ ପ୍ରଥମ ସ୍ଥାନରେ କଂଗ୍ରେସ, ଦ୍ୱିତୀୟ ସ୍ଥାନରେ ବିଜେଡି ଓ ତୃତୀୟ ସ୍ଥାନରେ ଭାଜପା ରହିଥିଲା। ପ୍ରାୟ ୧୬ ହଜାର ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ ସମୀର। ହେଲେ ୨୦୨୪ ନିର୍ବାଚନରେ ଦଳର ଅନେକ ଚେହେରା ଧୀରେ ଧୀରେ ସାମ୍ନାକୁ ଆସୁଥିବାବେଳେ ସମୀରଙ୍କୁ ନେଇ ବି ଚର୍ଚ୍ଚା ଆରମ୍ଭ ହୋଇଛି। ସେହିପରି ନଗର ସଭାପତି ସମସ୍ତ କାର୍ଯ୍ୟ ଜାରି ରଖିଥିବାବେଳେ କର୍ପୋରେଟର ଗଗନ ଓଝା ନିଜ ୱାର୍ଡ ସମେତ ଅନ୍ୟାନ୍ୟ କାର୍ଯ୍ୟକ୍ରମ କରୁଛନ୍ତି । ଏପରିକି କିଛିଦିନ ତଳେ ଦଳୀୟ ବ୍ୟାନରରେ ନେତୃବୃନ୍ଦଙ୍କୁ ନେଇ ଶୋଭାଯାତ୍ରା କରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସେହିପରି ଅନ୍ୟ ଆଶାୟୀମାନେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସକ୍ରିୟ ଅଛନ୍ତି। ସମୀର କହିଛନ୍ତି, ଦଳ ଟିକେଟ ଦେଲେ ନିଶ୍ଚିତ ଲଢ଼ିବେ। ଅନ୍ୟପକ୍ଷରେ ପୂର୍ବ ନିର୍ବାଚନରେ ସମୀରଙ୍କ ପରାଜୟ ପରେ ନୂଆ ଚେହେରା ସାମ୍ନାକୁ ଆଣିବା ନେଇ ଦଳ ଭିତରୁ ନେତୃତ୍ୱ ଉପରେ ଚାପ ପଡୁଛି ବୋଲି ଏବେ ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri