Posted inଖେଳ

ଲିଜେଣ୍ଡ୍ସ ଲିଗ୍‌ ପାଇଁ ପ୍ରସ୍ତୁତ ହେଉଛି ବାରବାଟୀ

ଭୁବନେଶ୍ୱର, ୨୫।୮ (କ୍ରୀଡ଼ା ପ୍ରତିନିଧି): ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟର ଦ୍ୱିତୀୟ ସଂସ୍କରଣ ସେପ୍ଟେମ୍ବର ୧୬ ତାରିଖରେ ଆରମ୍ଭ ହେବ। ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ଟି୨୦ ଲିଗ୍‌ର ମ୍ୟାଚଗୁଡ଼ିକ ଭାରତର ୫ଟି ଭେନ୍ୟୁ କୋଲକାତା, ନୂଆଦିଲ୍ଲୀ, କଟକ, ଲକ୍ଷ୍ନୌ ଓ ଯୋଧପୁରରେ ଖେଳାଯିବ। କଟକର ବାରବାଟୀ ଷ୍ଟାଡିୟମରେ ୩ଟି ମ୍ୟାଚ ୨୭, ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ବୋଲି ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି।

ଆବ୍‌ସୋଲ୍ୟୁଟ ଲିଜେଣ୍ଡ୍ସ ସ୍ପୋଟର୍‌ସ କମ୍ପାନୀ ଆନୁକୂଲ୍ୟରେ ପ୍ରତିଯୋଗିତାର ପ୍ରଥମ ସଂସ୍କରଣ ଓମାନରେ ଅନୁଷ୍ଠିତ ହୋଇଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି, ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଓଡ଼ିଆ ଖେଳାଳି ପ୍ରଜ୍ଞାନ ଓଝା ପ୍ରମୁଖ ଆଗାମୀ ଲିଗ୍‌ରେ ଅଂଶଗ୍ରହଣ କରିବେ। ଖେଳିବାକୁ ଯାଉଥିବା ଅନ୍ୟ ପ୍ରମୁଖ ଖେଳାଳିମାନେ ହେଲେ ଗୌତମ ଗମ୍ଭୀର, ବୀରେନ୍ଦ୍ର ସେହ୍ବାଗ, ଇରଫାନ ପଠାନ, ୟୁସୁଫ ପଠାନ, ହରଭଜନ ସିଂ ଓ ଏସ୍‌. ଶ୍ରୀସନ୍ଥ।

ବାହାର ଦେଶରୁ କ୍ରିସ୍‌ ଗେଲ୍‌, ଶେନ ଓ୍ବାଟସନ, ବ୍ରେଟ୍‌ ଲୀ, ଜଣ୍ଟି ରୋଡ୍ସ, ଡେଲ୍‌ ଷ୍ଟୋଇନ, ସନଥ ଜୟସୂରିୟା ପ୍ରମୁଖ ଖେଳାଳିମାନେ ମଧ୍ୟ ଆକ୍ସନରେ ଦେଖିବାକୁ ମିଳିବେ। ପ୍ରତିଯୋଗିତାରେ ମୋଟ ୪ଟି ଦଳ ଅଂଶଗ୍ରହଣ କରିବେ। କାର୍ଯ୍ୟସୂଚୀ ଅନୁସାରେ କୋଲକାତା, ନୂଆଦିଲ୍ଲୀ ଓ କଟକରେ ୩ଟି ଲେଖାଏ ଏବଂ ଲକ୍ଷ୍ନୌ ଓ ଯୋଧପୁରରେ ୨ଟି ଲେଖାଏ ମ୍ୟାଚ ଖେଳାଯିବାର ଯୋଜନା ରହିଛି। ଲକ୍ଷ୍ନୌରେ ସେପ୍ଟେମ୍ବର ୨୧ ଓ ୨୨, ନୂଆଦିଲ୍ଲୀରେ ୨୪ରୁ ୨୬, ଯୋଧପୁରରେ ଅକ୍ଟୋବର ୧ ଓ ୩ରେ ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?