କୌଣସି ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୯ା୮(ଅନୁରାଧା ମହାରଣା): ରାଜ୍ୟରେ ବାର୍ଡ ଫ୍ଲୁକୁ ନେଇ ଚିନ୍ତା ବଢ଼ିଛି। ଏହି ଭୂତାଣୁ କୁକୁଡ଼ାଠାରୁ ଲୋକଙ୍କୁ ବ୍ୟାପିଥିବା ନେଇ ଚର୍ଚ୍ଚା ଚାଲିଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ଏହାକୁ ଖଣ୍ଡନ କରିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର କୌଣସି ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇନାହିଁ। ତେଣୁ ଏହାକୁ ନେଇ ଆତଙ୍କିତ ନ ହେବାକୁ ସେ ଅନୁରୋଧ କରିଛନ୍ତି। ସେହିପରି ବାର୍ଡ ଫ୍ଲୁକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି। ପୁରୀ ଜିଲାର ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ରାଈଚକ୍ରଧରପୁର ଏବଂ ପିପିଲି ବ୍ଲକ ଅନ୍ତର୍ଗତ ଅବଲପୁରଠାରେ ଅଗଷ୍ଟ ୨୩ରେ ବାର୍ଡ ଫ୍ଲୁ ବ୍ୟାପିଥିବା ଖବର ପାଇବା ପରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଥିଲା। କୁକୁଡ଼ାଙ୍କଠାରୁ ନମୁନା ସଂଗ୍ରହ କରାଯାଇ ଭୋପାଳସ୍ଥିତ ଏନ୍‌ଆଇଏଚ୍‌ଏସ୍‌ଏଡିକୁ ପଠାଯାଇଥିଲା। ଫ୍ଲୁ ଥିବା ଜଣାପଡ଼ିବା ପରେ ଉକ୍ତ ଅଞ୍ଚଳରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ କୁକୁଡ଼ାମରା ଅଭିଯାନ ଆରମ୍ଭ କରାଯାଇ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ଜାରି ଆଭିଏନ୍‌ ଇନ୍‌ଫ୍ଲୁଏଞ୍ଜା ପ୍ରୋଟୋକଲ ଅନୁଯାୟୀ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବାସ୍ଥ୍ୟ ବିଭାଗ ଉପରୋକ୍ତ ଦୁଇଟି ସ୍ଥାନର ମାଇକ୍ରୋ ପ୍ଲାନ ପ୍ରସ୍ତୁତ କରିଛନ୍ତି। ତଦନୁଯାୟୀ ସ୍ବାସ୍ଥ୍ୟକର୍ମୀମାନେ ପ୍ରତିଦିନ ଘରକୁ ଘର ଯାଇ ଥଣ୍ଡା, କାଶ, ଜର ରୋଗୀଙ୍କ ସର୍ବେକ୍ଷଣ କରୁଛନ୍ତି। ଟିମ୍‌ ମୁଖ୍ୟ ଏହିସବୁ ସ୍ଥାନକୁ ଯାଇ ସମସ୍ତ ପଦକ୍ଷେପର ଅନୁଧ୍ୟାନ କରୁଛନ୍ତି। ପ୍ରତ୍ୟେକ ଦିନ କୁକୁଡ଼ା କଟାଳି, ଫାର୍ମ ମାଲିକ ଓ କର୍ମଚାରୀଙ୍କ ସାସ୍ଥ୍ୟ ପରୀକ୍ଷା କରାଯିବା ସହ ପ୍ରତିଷେଧକ ଭାବେ ସେମାନଙ୍କୁ ଓସେଲ୍ଟାମିର୍ଭି ଔଷଧ ପ୍ରଦାନ କରାଯାଉଛି। ବ୍ୟାପକ ସଚେତନତା ସୃଷ୍ଟି କରାଯିବା ସହ ସଂପୃକ୍ତ ଗ୍ରାମଗୁଡିକର ସାସ୍ଥ୍ୟ କାନ୍ଥଗୁଡ଼ିକରେ ବାର୍ଡ ଫ୍ଲୁ ନିରାକରଣ ବାର୍ତ୍ତା ପ୍ରଦାନ କରାଯାଉଛି। ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବାର୍ଡ ଫ୍ଲୁ ରୋଗର ଲକ୍ଷଣ ଥିବା ବ୍ୟକ୍ତିଙ୍କ ପାଇଁ ସଂଘରୋଧ ବ୍ୟବସ୍ଥା ସହ ଚିକିତ୍ସା ପାଇଁ ପୃଥକ କକ୍ଷ ପ୍ରସ୍ତୁତ କରାଯାଇଛି। କୁକୁଡ଼ା କଟାଳିଙ୍କ ମଧ୍ୟରୁ ଜଣେ ବ୍ୟକ୍ତିଙ୍କର ଥଣ୍ଡା, କାଶ ଓ ଜର ଲକ୍ଷଣ ଥିବାରୁ ତାଙ୍କୁ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପୃଥକ କକ୍ଷରେ ରଖାଯାଇ ତାଙ୍କ ନମୁନାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରକୁ ପଠାଯାଇଛି। ତାଙ୍କୁ ଓସେଲ୍ଟାମିର୍ଭି ଔଷଧ ଦିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri