Posted inଜାତୀୟ

ଭାଜପାକୁ ଭୋଟ ଦେବାରୁ ଘରୁ ତଡି ଦେଲେ ସ୍ବାମୀ

ଲକ୍ଷ୍ନୌ,୨୧।୩: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଭାଜପାକୁ ଭୋଟ ଦେବାରୁ ତାଙ୍କ ସ୍ବାମୀ ଘରୁ ତଡି ଦେଇଥିବା ଜଣେ ମହିଳା ଅଭିଯୋଗ କରିଛନ୍ତି। ଏପରିକି ଛାଡପତ୍ର ଦେବାର ଧମକ ମଧ୍ୟ ଦେଇଛନ୍ତି। ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାନୁସାରେ, ଗୌନ୍ତିଆର ଏଜାଜନଗର ନିବାସୀ ତସଲିମ୍‌ ଅନସାରୀ ତାଙ୍କ ସ୍ତ୍ରୀ ଉଜମାଙ୍କୁ ଘରୁ ତଡି ଦେଇଛନ୍ତି। ଜାନୁୟାରୀ ୨୦୨୧ରେ ଉଭୟଙ୍କ ବିବାହ ହୋଇଥିଲା। ଦୁହେଁ ଏକ ଭଡା ଘରେ ରହୁଥିଲେ। ଗତ ଫେବୃୟାରୀ ୧୨ରେ, ତସଲିମ୍‌ଙ୍କ ମାମୁଁ ତୈଏବ ତାଙ୍କ ଘରକୁ ଆସି ସମାଜବାଦୀ ପାର୍ଟିକୁ ଭୋଟ ଦେବାକୁ କହିଥିଲେ। ଫେବୃୟାରୀ ୧୪ରେ ଭୋଟ ଦେବା ପରେ ତୈଏବ ତସଲିମ୍‌ଙ୍କ ଘରେ ପହଞ୍ଚିଥିଲେ। କାହାକୁ ଭୋଟ ଦେଇଛ ବୋଲି ପଚାରିବାରୁ ଉଜମା କହିଥିଲେ, ତିନି ତଲାକ ଆଇନ ତିଆରି କରିବା ଏବଂ ଗରିବ ଲୋକଙ୍କୁ ରାସନ ଦେବା କାରଣରୁ ସେ ଭାଜପାକୁ ଭୋଟ ଦେଇଛନ୍ତି। ଏଥିରେ ରାଗିଯାଇ ସ୍ତ୍ରୀଙ୍କୁ ଛାଡପତ୍ର ଦେବାକୁ ତସଲିମ୍‌ଙ୍କୁ ତାଙ୍କ ମାମୁଁ କହିଥିଲେ।
ମାର୍ଚ୍ଚ ୧୧ରେ ଉଜମାଙ୍କୁ ଘରୁ ତଡି ଦିଆଯାଇଥିଲା। ଯଦି ସେ ପୋଲିସ ନିକଟରେ ଅଭିଯୋଗ କରନ୍ତି ତେବେ ଛାଡପତ୍ର ଦେବା ସହିତ ତାଙ୍କ ଭାଇଙ୍କୁ ମଧ୍ୟ ହତ୍ୟା କରାଯିବ ବୋଲି ତାଙ୍କୁ ଧମକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri