ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ) ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କ୍ରମରେ ପରମ୍ପରା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି। ସନ୍ଧ୍ୟା ୫ଟା ୩୦ମିନିଟରେ ସ୍ଥାନୀୟ ତଳିପଡ଼ାସ୍ଥିତ ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ସେଠାରୁ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀ ଅଭିମୁଖେ ସାଂସ୍କୃତିକ ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ପହଞ୍ଚତ୍ବା ପରେ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀରେ ପୂଜାର୍ଚ୍ଚନା କରାଯାଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଶୁଭସ୍ତମ୍ଭ ସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ରାଜ ଦରବାର ମଞ୍ଚ କମିଟି ଆବାହକ ରାଜେନ୍ଦ୍ର ପ୍ରସାଦ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝି, ଧନୁଯାତ୍ରାର କଂସ ଅଭିନେତା ହୃଷୀକେଶ ଭୋଇଙ୍କ ସମେତ ଅନ୍ୟ କଳାକାର ଏବଂ ବିଭିନ୍ନ କମିଟିର ଆବାହକ ଓ ସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri