Odisha Elections 2024

ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ) ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କ୍ରମରେ ପରମ୍ପରା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି। ସନ୍ଧ୍ୟା ୫ଟା ୩୦ମିନିଟରେ ସ୍ଥାନୀୟ ତଳିପଡ଼ାସ୍ଥିତ ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ସେଠାରୁ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀ ଅଭିମୁଖେ ସାଂସ୍କୃତିକ ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ପହଞ୍ଚତ୍ବା ପରେ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀରେ ପୂଜାର୍ଚ୍ଚନା କରାଯାଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଶୁଭସ୍ତମ୍ଭ ସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ରାଜ ଦରବାର ମଞ୍ଚ କମିଟି ଆବାହକ ରାଜେନ୍ଦ୍ର ପ୍ରସାଦ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝି, ଧନୁଯାତ୍ରାର କଂସ ଅଭିନେତା ହୃଷୀକେଶ ଭୋଇଙ୍କ ସମେତ ଅନ୍ୟ କଳାକାର ଏବଂ ବିଭିନ୍ନ କମିଟିର ଆବାହକ ଓ ସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ)...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri