ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି ଦିଆଯିବ। ଏ ନେଇ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ ବିଧିବଦ୍ଧଭାବେ ଅବଗତ କରିଥିବା ସୂଚନା ମିଳିଛି। ଚୂନପଥର ଖଣିର ସଂରକ୍ଷିତ ଭଣ୍ଡାର ସମ୍ପୂର୍ଣ୍ଣଭାବେ ଶେଷ ହୋଇଯିବା, କ୍ଲିଙ୍କର ଉପତ୍ାଦନ ଖର୍ଚ୍ଚ ଅଧିକ ହେବା ତଥା କାରଖାନାଟି ଅତି ପୁରୁଣା ହୋଇଯିବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି କାରଖାନା କର୍ତ୍ତୃପକ୍ଷ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ ଲେଖି ଜଣାଇଥିବା ଚିଠିରେ ଉଲ୍ଲେଖ କରିଥିବା ଜଣାପଡ଼ିଛି। ତେବେ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କୁ ଏହି ବିଜ୍ଞପ୍ତି ଦାଖଲ ହେବା ପରଠାରୁ ୨ମାସ ଅତିକ୍ରାନ୍ତ ପରେ ଛଟେଇ କ୍ଷତିପୂରଣ ପ୍ରଦାନ ସହିତ ନୋଟିସ୍‌ ବଦଳରେ ଗୋଟିଏ ମାସର ଦରମା ଏକାସାଙ୍ଗରେ ପ୍ରଦାନ କରିବାକୁ କାରଖାନା କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିବା ଚିଠିରେ ସୂଚନା ଦିଆଯାଇଛି। କାରଖାନା ବନ୍ଦ ହେବା ଖବର ପ୍ରଚାରିତ ହେବା ପରେ ଏଠାରେ କାର୍ଯ୍ୟରତ ଶ୍ରମିକମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି।
ସୂଚନା ଅନୁଯାୟୀ, ଉକ୍ତ ସିମେଣ୍ଟ କାରଖାନା ପୂର୍ବରୁ ହୀରା ସିମେଣ୍ଟ କାରଖାନାଭାବେ ରହିଥିଲା। ପରବର୍ତ୍ତୀ ସମୟରେ ଇଡ୍‌କଲ୍‌ ଅଧିନକୁ ଯାଇଥିଲା। ତେବେ ପରବର୍ତ୍ତୀ ସମୟରେ କାରଖାନା ଘରୋଇକରଣ ହୋଇଥିଲା ଏବଂ ଏସିସି ଅଧିନକୁ ଚାଲି ଯାଇଥିଲା। ଗତ ୨୦୨୨ ମସିହାରୁ ଆଦାନୀ ଗୃପ କାରଖାନାକୁ ପ୍ରବେଶ କରିବା ପରେ ଚଳିତବର୍ଷରୁ ଏଠାରେ ଉପତ୍ାଦନ ବନ୍ଦ ହୋଇଯାଇଛି। ଅମ୍ବାଭୋନା ବ୍ଲକ ଡୁଙ୍ଗୁରୀସ୍ଥିତ ଖଣିରୁ ଚୂନପଥର ଉତ୍ତୋଳନ ବନ୍ଦ ହୋଇଯିବା ପରଠାରୁ କାରଖାନାରେ ଏଭଳି ସ୍ଥିତି ଲାଗି ରହିଥିଲା। ଏହାକୁ ନେଇ ସେତେବେଳଠୁ କାରଖାନା ବନ୍ଦ ହୋଇଯିବା ଆଶଙ୍କା ଦେଖା ଯାଇଥିଲା ଏବଂ ସେହିଦିନଠାରୁ କାର୍ଯ୍ୟରତ ଠିକା ଶ୍ରମିକଙ୍କ ଚିନ୍ତା ବଢ଼ି ଚାଲିଛି। କାରଖାନା ବନ୍ଦ ହୋଇଗଲେ ଅନେକ ଶ୍ରମିକଙ୍କ ସମେତ ସ୍ଥାନୀୟ ଲୋକେ ରୋଜଗାର ହରାଇବା ସ୍ପଷ୍ଟ ହୋଇଯାଇଛି। ପୂର୍ବରୁ ବରଗଡ଼ ସମବାୟ ଚିନିକଳ, ସୂତାକଳ ବନ୍ଦ ହୋଇ ସାରିଥିବାବେଳେ ଏବେ ସିମେଣ୍ଟକାରଖାନା ବନ୍ଦ ହେବା ସୂଚନା ମିଳିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?