ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩ ନମ୍ବର ୱାର୍ଡ କଟକିଆ ପଡ଼ାର ଅମିତ ମଲ୍ଲିକ (୩୦) ଗୁରୁତର ଭାବେ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଅମିତ ନିଜ ବୁଲେଟ ଯୋଗେ ଘରକୁ ଫେରୁଥିବା ସମୟରେ ହାଟପଦା ରାସ୍ତାରେ ଏକ ଅଟୋ ଠିଆ ହୋଇଥିଲା। ଅମିତ ଅଟୋ ଚାଳକଙ୍କୁ ଗାଡ଼ିଟିକୁ ସାଇଡ କରିବାକୁ କହିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଅଟୋ ଚାଳକ ଜଣକ ନିଜର କିଛି ପରିଚିତ ଲୋକଙ୍କୁ ଡାକି ଅମିତଙ୍କ ଉପରେ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଥିଲେ।

ଅମିତଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ତୁରନ୍ତ ବୁର୍ଲା ଭୀମସାର୍‌ (VIMSAR)କୁ ସ୍ଥାନାନ୍ତର କରାଯାଇଛି।

ଘଟଣା ସମ୍ପର୍କରେ ଖବର ପାଇ ବରଗଡ଼ ଏସ୍‌ପି ପ୍ରହଲ୍ଲାଦ ସହାୟ ମିନା ଟାଉନ ଥାନାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ସେ ପ୍ରତିଶୃତି ଦେଇଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳର ଜିଲା ସଂଯୋଜକ ସଞ୍ଜୀବ କୁମାର ମେହର ଚେତାବନୀ ଦେଇଛନ୍ତି ଯେ, ଯଦି ଅଭିଯୁକ୍ତମାନେ ତୁରନ୍ତ ଗିରଫ ନ ହୁଅନ୍ତି, ତେବେ ଆଗକୁ ଉଚିତ ଜବାବ ଦିଆଯିବ।

ସହର ମଧ୍ୟରେ କ୍ରମାଗତ ଭାବେ ଛୁରାମାଡ଼ ଓ ହତ୍ୟାକାଣ୍ଡ ଭଳି ଘଟଣା ସହରବାସୀଙ୍କୁ ଭୟଭୀତ କରିଛି। ପୂର୍ବରୁ ହାଟପଦା ଓ ବସଷ୍ଟାଣ୍ଡ ସମ୍ମୁଖରେ ଛୁରାମାଡ଼ ଯୋଗୁ ୩ ଜଣଙ୍କ ଜୀବନ ଯାଇସାରିଛି। ସହରରେ ବଢୁଥିବା କଫସିରପ, ବ୍ରାଉନ ସୁଗର ଓ ନିଶା ବଟିକା କାରବାର ଯୋଗୁ ଏଭଳି ଅପରାଧ ବଢୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଥାନା ନିକଟରେ ଏଭଳି ଆକ୍ରମଣ ପୋଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ସହରରେ ଏବେ ଚାପା ଉତ୍ତେଜନା ଲାଗି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?