ଛାତ୍ରମୃତ୍ୟୁ ଘଟଣା, ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦ: ବରଗଡ଼ ବନ୍ଦକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ

ବରଗଡ଼ ଅଫିସ,୩୦।୭: ବରଗଡ ଛାତ୍ରମୃତ୍ୟୁ ଘଟଣା ଏବଂ ନ୍ୟାୟ ଦାବି କରୁଥିବା ଲୋକଙ୍କ ଉପରେ ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନକୁ ନେଇ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଦିଆଯାଇଥିବା ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ଶନିବାର ସକାଳୁ ବରଗଡ଼ ସହରର ସମସ୍ତ ଦୋକାନ, ବଜାର, ସ୍କୁଲ କଲେଜ ସମେତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି।

ଗତ ୨୦ତାରିଖ ବରଗଡ଼ ସହର ଉପକଣ୍ଠ ପ୍ରଧାନପାଲି ଗ୍ରାମର ଆଦିତ୍ୟରାଜ ସାହୁ ନାମକ ପ୍ରଥମ ଶ୍ରେଣୀ ଛାତ୍ର ସ୍କୁଲକୁ ପଢିବାକୁ ଆସିଥିଲେ। ଖେଳ ପିରିୟଡରେ ଖେଳୁଥିବା ବେଳେ ସେ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପରିବାର ଲୋକେ ସ୍କୁଲରେ ପହଞ୍ଚି ଆହତ ଛାତ୍ରଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନେଇଥିଲେ। ଗତ ୨୨ତାରିଖ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଛାତ୍ର ଆଦିତ୍ୟରାଜଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ମୃତକଙ୍କ ପରିବାର ସମେତ ଅଭିଭାବକମାନେ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ପୋଲିସ ମୃତଛାତ୍ରଙ୍କୁ ନ୍ୟାୟ ଦେବା ବଦଳରେ ନ୍ୟାୟ ଦାବି କରୁଥିବା ୯ଜଣଙ୍କ ବିରୋଧରେ ୩୦୭ ଭଳି ସଙ୍ଗୀନ ଦଫା ଲଗାଇ ମାମଲା ରୁଜୁ କରିଛି। ପୋଲିସର ଏଭଳି ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ଆନ୍ଦୋଳନକୁ ଆହୁରି ଇନ୍ଧନ ଯୋଗାଇଛି। ବନ୍ଦ ପାଳନରେ ଓକିଲ, ସାମ୍ବାଦିକ, ନାଗରିକ, ସ୍ବେଚ୍ଛାସେବୀ ସଙ୍ଗଠନ ସମେତ ସହରର ସବୁ ସଂଗଠନ ସାମିଲ ହୋଇଛନ୍ତି। ଛାତ୍ରମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି ସହିତ ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ନେଇଥିବା ସମ୍ପୃକ୍ତ ପୋଲିସ ଏସ୍‌ଡିପିଓ, ଏସଆଇଙ୍କୁ ତୁରନ୍ତ ନିଲମ୍ବନ କରିବା ଏବଂ ସବୁ ସ୍କୁଲରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା, ନିରାପତ୍ତାକୁ ସୁନିଶ୍ଚିତ କରିବାକୁ ଦାବି ନେଇ ଆନ୍ଦୋଳନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri