ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ): ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ ଏବଂ ଶ୍ରୀରାଧା ଭୂମିକାରେ ଅଭିନୟ କରୁଥିବା ଶିଶୁ କଳାକାର ମଧ୍ୟ ବଦଳିଛନ୍ତି। ଗୁରୁବାର ଗୋପପୁର (ଅମ୍ବାପାଲି)ସ୍ଥିତ ସମଲେଶ୍ୱରୀ ସରକାରୀ ହାଇସ୍କୁଲରେ ଅନୁଷ୍ଠିତ ଚୟନ ପ୍ରକ୍ରିୟାରେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ସ୍ବପ୍ନିଳ ମହାପାତ୍ରଙ୍କୁ ଶ୍ରୀକୃଷ୍ଣ ଭୂମିକାରେ ଅଭିନୟ କରିବାକୁ ମନୋନୀତ କରାଯାଇଛି।

ବରଗଡ଼ ବିକାଶ ଫାଷ୍ଟଷ୍ଟେପ୍‌ ବିଦ୍ୟାଳୟର ପଞ୍ଚମ ଶ୍ରେଣୀରେ ପଢୁଥିବା ସ୍ବପ୍ନିଳଙ୍କ ପିଲାବେଳୁ କଳା ପ୍ରତି ଋଚି ରହିଛି। ସେ ପୂର୍ବରୁ ଦିନକ ପାଇଁ ଶ୍ରୀକୃଷ୍ଣ ଭୂମିକାରେ ଅଭିନୟ କରିଥିଲେ। ସେହିପରି ପୂର୍ବରୁ ତାଙ୍କ ବଡ଼ଭାଇ ଶ୍ରୀୟାଂଶ, ସମ୍ରାଟ ଶ୍ରୀକୃଷ୍ଣ ଭୂମିକାରେ ଅଭିନୟ କରିଆସୁଥିଲେ। ବଡ଼ଭାଇଙ୍କ ଅଭିନୟରୁ ସେ ଅନେକ ପ୍ରେରଣା ପାଇଛନ୍ତି। ଏଥର ସ୍ବପ୍ନିଳଙ୍କ ଶ୍ରୀକୃଷ୍ଣ ଅଭିନୟ ଉଚ୍ଚକୋଟୀର ହେବ ବୋଲି ସ୍ଥାନୀୟ ଲୋକେ ଆଶାବାଦୀ ଅଛନ୍ତି।

ସେହିପରି ବଳରାମ ଭୂମିକାରେ ଅଭିନୟ ପାଇଁ ଦିବ୍ୟାଂଶୁ ବିର୍ତ୍ତିଆ ମନୋନୀତ ହୋଇଛନ୍ତି। ବରଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ସେ ସପ୍ତମ ଶ୍ରେଣୀରେ ପଢ଼ୁଛନ୍ତି। ସେହିପରି ବରଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର(ଓଡ଼ିଆ ବିଭାଗ)ର ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ସାଇନା ପ୍ରଧାନ ଶ୍ରୀରାଧା ଭୂମିକାରେ ଅଭିନୟ କରିବାକୁ ମନୋନୀତ ହୋଇଛନ୍ତି। ସେ ପୂର୍ବରୁ ଶ୍ରୀରାଧାଙ୍କ ସଖୀ ଲଳିତା ଚରିତ୍ରରେ ଅଭିନୟ କରିଛନ୍ତି। ଚୟନ ପ୍ରକ୍ରିୟା ସମୟରେ ଗୋପପୁର କମିଟିର ଈଶ୍ୱର ବାଗ, ରାଜକୁମାର ପ୍ରଧାନ, ଦୟାନିଧି ପ୍ରଧାନ, ନାରାୟଣ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri