ବରଗଡ଼ ଧନୁଯାତ୍ରା କଳାକାର ଚୟନ: ଏଯାଏ ଆଶାଜନକ ହୋଇନି ଆବେଦନ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏଥର ମହୋତ୍ସବର ବିଭିନ୍ନ ମୁଖ୍ୟ ଚରିତ୍ର ପାଇଁ କଳାକାର ଚୟନ ପ୍ରକ୍ରିୟା କରାଯିବ। ଏହି କ୍ରମରେ ମହୋତ୍ସବରେ ଭାଗ ନେବା ପାଇଁ ଅନେକ କଳାକାର ମନରେ ଆଶା ବାନ୍ଧିଥିବାବେଳେ ଚୟନ ପ୍ରକ୍ରିୟାରେ ଅଂଶଗ୍ରହଣ ପାଇଁ ଆବେଦନ କରୁଛନ୍ତି। ଗତ ୧୮ତାରିଖରୁ ମହୋତ୍ସବର ବିଭିନ୍ନ ଚରିତ୍ର ପାଇଁ ଆବେଦନ ଫର୍ମ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ନଭେମ୍ବର ୧ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହାର ଅବଧି ରହିଛି। କିନ୍ତୁ ଏପର୍ଯ୍ୟନ୍ତ ଆଶାଜନକ ଆବେଦନ ଫର୍ମ ଗ୍ରହଣ ହୋଇ ନ ଥିବା ସୂଚନା ମିଳିଛି। ତେବେ ଆବେଦନ ଅବଧି ଆହୁରି ଏକ ସପ୍ତାହ ଥିବା ଯୋଗୁ ଆଗକୁ ସଂଖ୍ୟା ଆହୁରି ଅଧିକ ବଢ଼ିବ ବୋଲି ଆଶା କରାଯାଉଛି।
ଏଥର ଧନୁଯାତ୍ରା ମହୋତ୍ସବର କଂସ ମହାରାଜଙ୍କ ସମେତ ମହାମନ୍ତ୍ରୀ ସାର୍ତ୍ତକୀ, ଚାଣୁର, ମୁଷ୍ଟିକ, ଅକ୍ରୂର, ଉଗ୍ରସେନ, ବାସୁଦେବ, ଦେବକୀ, ନାରଦ ଏବଂ ସେନାପତି ଚରିତ୍ରରେ ଅଭିନୟ ପାଇଁ କଳାକାର ଚୟନ କରାଯିବାକୁ ନିଷ୍ପତ୍ତି ହୋଇଛି। କଳାକାରଙ୍କ ବୟସ ୧୮ରୁ ୬୦ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ବୋଲି ସୂଚିତ କରାଯାଇଛି। ତେବେ ଶୁକ୍ରବାର ସୁଦ୍ଧା ସମୁଦାୟ ୨୫ଟି ଆବେଦନପତ୍ର ଗ୍ରହଣ ହୋଇଥିବା ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ସୂଚନା ଦିଆଯାଇଛି। କଂସ ଚରିତ୍ର ପାଇଁ ଏପର୍ଯ୍ୟନ୍ତ କେବଳ ଜଣେ ମାତ୍ର କଳାକାର ବରଗଡ଼ ଜିଲା ବିଜେପୁର ବ୍ଲକ ଲାଉମୁଣ୍ଡା ଅନ୍ତର୍ଗତ ଟାଙ୍ଗରୁପଦର ନିବାସୀ ଦେବରାଜ ଛତ୍ରିଆ ଆବେଦନ କରିଛନ୍ତି। ସେହିପରି ଉଗ୍ରସେନ ମହାରାଜ, ମୁଷ୍ଟିକ, ମହାମନ୍ତ୍ରୀ, ସାର୍ତ୍ତକୀ ଚରିତ୍ର ପାଇଁ ମଧ୍ୟ ଜଣେ ଲେଖାଏଁ କଳାକାର ଆବେଦନପତ୍ର ଦାଖଲ କରିଥିବାବେଳେ ସେନାପତି ଚରିତ୍ର ପାଇଁ ସର୍ବାଧିକ ୯ଜଣ କଳାକାର ଆବେଦନ କରିଛନ୍ତି। ବସୁଦେବ ଚରିତ୍ର ପାଇଁ ୩ଜଣ କଳାକାର ଆବେଦନ କରିଥିବାବେଳେ ନାରଦ, ଅକ୍ରୂର, ଚାଣୁର ଏବଂ ଦେବକୀ ପାଇଁ ୨ଜଣ ଲେଖାଏଁ ଆବେଦନ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?