ସ୍ଥାପନ ହେଲା ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ: ୧୧ଦିନ ଧରି ବରଗଡ଼ ସହର ପାଲଟିବ ମଥୁରାନଗରୀ

ବରଗଡ଼,୨୪।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ସେହିଦିନଠାରୁ ୧୧ଦିନ ଧରି ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ହେବ। ମଝିରେ ବହି ଯାଇଥିବା ଜୀରା ନଦୀ ପାଲଟିବ ଯମୁନା ଏବଂ ବରଗଡ଼ରେ ଦେଖିବାକୁ ମିଳିବ କଳାକାରଙ୍କ ମହାକୁମ୍ଭ । ତେବେ ମହୋତ୍ସବ ଯେତିକି ପାଖେଇ ଆସୁଛି, ବରଗଡ଼ବାସୀଙ୍କ ମଧ୍ୟରେ ସେଭଳି ଉତ୍କଣ୍ଠା ପରିଲକ୍ଷିତ ହୋଇଛି। ସୋମବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦା ସଞ୍ଚାର ମଣ୍ଡଳୀରେ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ ହୋଇଛି । ଏହି ଅବସରରେ ବରଗଡ଼ ତଳିପଡାସ୍ଥିତ ସମଲେଶରୀ ମନ୍ଦିରରେ ପୂଜାର୍ଚ୍ଚନା ହୋଇଥିଲା। ପୂଜାର୍ଚ୍ଚନା ପରେ ହାଟପଦା ସଞ୍ଚାର ମଣ୍ଡଳୀ ଅଭିମୁଖେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ପହଞ୍ଚିବା ପରେ ରାଜ ପୁରୋହିତ ପୂଜାର୍ଚ୍ଚନା କରିଥିଲେ। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଆଦିତ୍ୟ ଗୋୟଲ ଏବଂ କାର୍ଯ୍ୟକାରୀ ସଭାପତି ତଥା ଏସପି ପି.ଏସ ମୀନା ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟ ସମ୍ପାଦନ କରିଥିଲେ। ଧନୁଯାତ୍ରା ମହୋତ୍ସବରେ କଂସ ଅଭିନୟ ପାଇଁ ମନୋନୀତ ସୁଶିଲ କୁମାର ମେହେରଙ୍କୁ ମଧ୍ୟ ବରଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ମଧୁଛନ୍ଦା ସାହୁ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ, ରାଜ ଦରବାର ମଞ୍ଚ କମିଟିର ଆବାହକ ରାଜେନ୍ଦ୍ର ପ୍ରସାଦ ସିଂ, ମହାମନ୍ତ୍ରୀ ଅଭିନେତା ଗୁଲାବ ଚନ୍ଦ୍ର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri