ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝି, ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ, ବରଗଡ଼ ଏସପି ପି.ଏସ୍‌ ମୀନାଙ୍କ ସମେତ ଧନୁଯାତ୍ରା ମହୋତ୍ସବ ସମିତିର କର୍ମକର୍ତ୍ତାବୃନ୍ଦ ଉପସ୍ଥିତ ଥିଲେ। ଉଦଘାଟନୀ ସମାରୋହକୁ ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ ସଂଯୋଜନା କରିଥିଲେ। ମହୋତ୍ସବ ଉଦଘାଟନ ପରେ ଦୀର୍ଘ ୧୧ଦିନ ପାଇଁ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିଛି। ସେହିପରି ବରଗଡ଼ ସହର ଏବଂ ଅମ୍ବାପାଲି ମଝିରେ ପ୍ରବାହିତ ଜୀରାନଦୀ ଯମୁନା ହୋଇଛି। ମହୋତ୍ସବ ଉଦଘାଟିତ ହେବା ପରେ ମହାରାଜ ଉଗ୍ରସେନଙ୍କ ଉପସ୍ଥିତିରେ ସ୍ଥାନୀୟ ରାମଜୀ ମନ୍ଦିରରେ ବସୁଦେବଙ୍କ ସହିତ ଦେବକୀଙ୍କ ବିବାହ ସମ୍ପନ୍ନ ହୋଇଥିଲା। ଦେବକୀଙ୍କ ଅଷ୍ଟମ ସନ୍ତାନ ମୃତ୍ୟୁର କାରଣ ହେବ ବୋଲି ଦୈବବାଣି ଶୁଣି କଂସ ବିଚଳିତ ହୋଇ ପଡ଼ିଥିଲେ। ଏହାପରେ ମହାରାଜ ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ଯୁବରାଜ କଂସ ମଥୁରାନଗରୀର ଶାସନ ନିଜ ହାତକୁ ନେଇଥିଲେ। ଶାସନ ହାତକୁ ନେବା ପରେ କଂସ ମହାରାଜ ଦେବକୀ, ବସୁଦେବଙ୍କୁ କାରାଗାର(ସମଲେଶ୍ୱରୀ ମଣ୍ଡପ)କୁ ପ୍ରେରଣ କରିଥିଲେ। ଅପରପକ୍ଷେ କଂସ ରାଜୁତିରେ ମଥୁରାନଗରୀ ଅଶାନ୍ତ ହୋଇପଡ଼ି ଥିବାବେଳେ ଶୂନ୍ୟବାଣୀ ଶୁଣି କଂସ ମଧ୍ୟ ବିଚଳିତ ହୋଇ ପଡ଼ିଛନ୍ତି। ନିଜ ବିଚଳିତ ମନକୁ ଶାନ୍ତ କରିବା ପାଇଁ କଂସ ମହାରାଜ ରାଜ ଦରବାରରେ ନୃତ୍ୟ ପରିବେଷଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri