ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ ଧନୁଯାତ୍ରା ମହୋତ୍ସବ ଅବ୍ୟବହିତ ପୂର୍ବରୁ ପ୍ରଚାର ପ୍ରସାର କମିଟି ପକ୍ଷରୁ ଧନୁଯାତ୍ରା ସମ୍ପର୍କୀତ ରଙ୍ଗୋଲି ପ୍ରତିଯୋଗିତା ହୋଇଥିଲା। ସ୍ଥାନୀୟ ଭିଏସଏସ ନଗର(ବାନ୍ଦୁଟିକ୍ରା) ଛକରେ ଏହି କାର୍ଯ୍ୟକ୍ରମ ହୋଇଥିଲା। କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଛାତ୍ରଙ୍କ ସମେତ ଅନେକ ଅନୁଷ୍ଠାନର ସଦସ୍ୟା, ସଦସ୍ୟ ଅଂଶଗ୍ରହଣ କରିଥିଲେ ଏବଂ ଧନୁଯାତ୍ରାର ବିଭିନ୍ନ ଦୃଶ୍ୟାଭିନୟ ନେଇ ରଙ୍ଗୋଲି ଆଙ୍କିଥିଲେ। ଏଥିରେ ରଙ୍ଗରେଖା କ୍ଲବ, ଭଟଲି ପ୍ରଥମ, ବୀଣାପାଣି କ୍ଲବ, ସୁନ୍ଦରଗଡ଼ ଦ୍ବିତୀୟ ଏବଂ କଳାଭୂମି ଆର୍ଟ ଗ୍ରୁପ, ବରପାଲି ତୃତୀୟ ହୋଇଥିଲେ। ବରଗଡ଼ ବିଧାୟକ ଅଶିନୀ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଏବଂ ବରଗଡ଼ ଜିଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ଆଦିତ୍ୟ ଗୋୟଲ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବରଗଡ଼ ପୌର ପରିଷଦର ପୌରଧ୍ୟକ୍ଷା କଳ୍ପନା ମାଝୀ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ, ଉପ ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଧନୁଯାତ୍ରା ମହୋତ୍ସବ ସମିତି ପ୍ରଚାର ପ୍ରସାର କମିଟି ଆବାହକ ତଥା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା, ପଦମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନତ ପାଢ଼ୀ, ପ୍ରଚାର ପ୍ରସାର କମିଟି ସହ ସମ୍ପାଦକ ରବି ନାରାୟଣ ପଣ୍ଡାଙ୍କ ସମେତ କମିଟିର ସମସ୍ତ ସଦସ୍ୟ ତଥା ଗଣମାଧ୍ୟମ ପ୍ରତିନିଧି ମଧ୍ୟ ଉପସ୍ଥିତ ରହିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri