ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏଥର ଯେଭଳି ପ୍ରସ୍ତୁତି ଚାଲିଛି, ସେଥିରୁ ଏବେଠାରୁ ଧନୁଯାତ୍ରାର ମହକ ବାରି ହୋଇ ପଡୁଛି। ଉଭୟ ବରଗଡ଼ ସହର(ମଥୁରାନଗରୀ) ଏବଂ ଅମ୍ବାପାଲି(ଗୋପପୁର)ରେ ସାଜସଜ୍ଜା ଆରମ୍ଭ ହୋଇଯାଇଛି। ସେହିପରି କଳାକାରଙ୍କ ପୂର୍ବାଭ୍ୟାସ(ରିହର୍ସାଲ) ମଧ୍ୟ ପଛରେ ପଡ଼ି ନାହିଁ। ବରଗଡ଼ ଗାନ୍ଧିଛକ କଲ୍ୟାଣ ମଣ୍ଡପ ଏବଂ ଅମ୍ବାପାଲି ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟ ପରିସର ଆଖଡ଼ାଶାଳ ପାଲଟିଛି। ପୂର୍ବାହ୍ନରେ ଗାନ୍ଧିଛକ କଲ୍ୟାଣ ମଣ୍ଡପରେ ମଥୁରା କଳାକାର ଏବଂ ସନ୍ଧ୍ୟାରେ ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଗୋପପୁର କଳାକାରମାନେ ପୂର୍ବାଭ୍ୟାସ କରୁଛନ୍ତି। ଧନୁଯାତ୍ରା ମହୋତ୍ସବର ବିଭିନ୍ନ ଚରିତ୍ରର ଦୃଶ୍ୟାଭିନୟ ଉପରେ ଉପଦେଷ୍ଟାମାନେ କଳାକାରମାନଙ୍କୁ ଦିଗଦର୍ଶନ ଦେଉଛନ୍ତି। କଲ୍ୟାଣ ମଣ୍ଡପରେ ଉଗ୍ରସେନ, କଂସ ମହାରାଜ ସମେତ ଅନ୍ୟ ପାର୍ଶ୍ୱ କଳାକାରମାନେ ପୂର୍ବାଭ୍ୟାସ କରୁଛନ୍ତି। ସେହିପରି ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଶ୍ରୀକୃଷ୍ଣ, ବଲରାମ, ଶ୍ରୀରାଧାଙ୍କ ସମେତ ଅନ୍ୟ କଳାକାରବୃନ୍ଦଙ୍କ ପୂର୍ବାଭ୍ୟାସ ଜାରି ରହିଛି। ପୂର୍ବାଭ୍ୟାସରେ ସବୁ କଳାକାରଙ୍କ ଦୃଶ୍ୟାଭିନୟ ଉଚ୍ଚକୋଟୀର ହେଉଛି। ଏହା ଦେଖିବା ପାଇଁ ଉଭୟ କଲ୍ୟାଣ ମଣ୍ଡପ ଏବଂ ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ସବୁଦିନ ଲୋକଙ୍କ ଗହଳି ଜମୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri