ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏଥର ଯେଭଳି ପ୍ରସ୍ତୁତି ଚାଲିଛି, ସେଥିରୁ ଏବେଠାରୁ ଧନୁଯାତ୍ରାର ମହକ ବାରି ହୋଇ ପଡୁଛି। ଉଭୟ ବରଗଡ଼ ସହର(ମଥୁରାନଗରୀ) ଏବଂ ଅମ୍ବାପାଲି(ଗୋପପୁର)ରେ ସାଜସଜ୍ଜା ଆରମ୍ଭ ହୋଇଯାଇଛି। ସେହିପରି କଳାକାରଙ୍କ ପୂର୍ବାଭ୍ୟାସ(ରିହର୍ସାଲ) ମଧ୍ୟ ପଛରେ ପଡ଼ି ନାହିଁ। ବରଗଡ଼ ଗାନ୍ଧିଛକ କଲ୍ୟାଣ ମଣ୍ଡପ ଏବଂ ଅମ୍ବାପାଲି ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟ ପରିସର ଆଖଡ଼ାଶାଳ ପାଲଟିଛି। ପୂର୍ବାହ୍ନରେ ଗାନ୍ଧିଛକ କଲ୍ୟାଣ ମଣ୍ଡପରେ ମଥୁରା କଳାକାର ଏବଂ ସନ୍ଧ୍ୟାରେ ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଗୋପପୁର କଳାକାରମାନେ ପୂର୍ବାଭ୍ୟାସ କରୁଛନ୍ତି। ଧନୁଯାତ୍ରା ମହୋତ୍ସବର ବିଭିନ୍ନ ଚରିତ୍ରର ଦୃଶ୍ୟାଭିନୟ ଉପରେ ଉପଦେଷ୍ଟାମାନେ କଳାକାରମାନଙ୍କୁ ଦିଗଦର୍ଶନ ଦେଉଛନ୍ତି। କଲ୍ୟାଣ ମଣ୍ଡପରେ ଉଗ୍ରସେନ, କଂସ ମହାରାଜ ସମେତ ଅନ୍ୟ ପାର୍ଶ୍ୱ କଳାକାରମାନେ ପୂର୍ବାଭ୍ୟାସ କରୁଛନ୍ତି। ସେହିପରି ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଶ୍ରୀକୃଷ୍ଣ, ବଲରାମ, ଶ୍ରୀରାଧାଙ୍କ ସମେତ ଅନ୍ୟ କଳାକାରବୃନ୍ଦଙ୍କ ପୂର୍ବାଭ୍ୟାସ ଜାରି ରହିଛି। ପୂର୍ବାଭ୍ୟାସରେ ସବୁ କଳାକାରଙ୍କ ଦୃଶ୍ୟାଭିନୟ ଉଚ୍ଚକୋଟୀର ହେଉଛି। ଏହା ଦେଖିବା ପାଇଁ ଉଭୟ କଲ୍ୟାଣ ମଣ୍ଡପ ଏବଂ ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ସବୁଦିନ ଲୋକଙ୍କ ଗହଳି ଜମୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri