ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା: କଂସ ଚୟନ ଉପରେ ସମସ୍ତଙ୍କ ନଜର

ବରଗଡ଼,୧୪।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୭ ଜାନୁଆରୀ ୧୨ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ହେବ। ଏଥର ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଚୟନ ହେବ ନା ନାହିଁ, ସେଥିପ୍ରତି ସମସ୍ତଙ୍କ ନଜର ରହିଛି। ଅନ୍ୟପଟେ ସେ ଉପରେ ୧୫ ଦିନ ମଧ୍ୟରେ ପ୍ରସ୍ତାବ ଉପସ୍ଥାପନ ପାଇଁ କରିବା ଧନୁଯାତ୍ରା କଳାକାର ମନୋନୟନ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମଙ୍ଗଳବାର ବରଗଡ଼ ଜିଲିପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଧନୁଯାତ୍ରା ମହୋତ୍ସବ ସମିତିର ଉପଦେଷ୍ଟା କମିଟି ଏବଂ କାର୍ଯ୍ୟକାରୀ କମିଟି ବୈଠକ ପରେ ସମିତିର ସଭାପତି ତଥା ଜିଲାପାଳ ଆଦିତ୍ୟ ଗୋୟଲ ସୂଚନା ଦେଇଛନ୍ତି। ଏହି ବୈଠକରେ ୨୦୨୫-୨୬ ବର୍ଷର ଆୟବ୍ୟୟ ହିସାବ ସମୀକ୍ଷା କରାଯିବା ସହ ଆଗାମୀ ୨୦୨୬-୨୭ ବର୍ଷର ଧନୁଯାତ୍ରା ମହୋତ୍ସବ ସୁଚାରୁରୂପେ ପରିଚାଳନା ପାଇଁ ଆଲୋଚନା କରାଯାଇଛି। ବୈଠକରୁ ମିଳିଥିବା ସୂଚନା ଅନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷ ସୁଦ୍ଧା ୨କୋଟି ୧୩ଲକ୍ଷ ୩୧ହଜାର ୨୩୯ ଟଙ୍କାର ବଳକା ପାଣ୍ଠି ରହିଥିବା ବେଳେ ୨୦୨୫-୨୬ ବର୍ଷ ପାଇଁ ମୋଟ ୩କୋଟି ୫୦ଲକ୍ଷ ୮୭ହଜାର ୮୧୬ ଟଙ୍କା ଖର୍ଚ୍ଚ ହୋଇଛି। ଏହି ସମୀକ୍ଷା ସହିତ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ଯେ ଏଥର ଧନୁଯାତ୍ରା ଶେଷ ହେବାର ୩୦ ଦିନ ମଧ୍ୟରେ ବିଭିନ୍ନ କମିଟି ଏବଂ ସେଗୁଡ଼ିକର ଆବାହକମାନେ ସେମାନଙ୍କର ସମସ୍ତ ଖର୍ଚ୍ଚ ହିସାବ ସମିତି ନିକଟରେ ଦାଖଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଜିଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ଆଦିତ୍ୟ ଗୋୟଲ ଅଧ୍ୟକ୍ଷତା କରିଥିବାବେଳେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଅତିବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପୌରାଧ୍ୟକ୍ଷା କଳ୍ପନା ମାଝୀ, ଆରକ୍ଷୀ ଅଧୀକ୍ଷକ ରବିନ୍ଦ୍ରନାଥ ଶତପଥୀ, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ଉପଜିଲାପାଳ, ପ୍ରସନ୍ନ ପାଣ୍ଡେ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଏ.ବି ଶିଳ୍ପାଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ ସମିତିର ସଭ୍ୟାସଭ୍ୟମାନେ ଉପସ୍ଥିତ ଥିଲେ। ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ସଭା ପରିଚାଳନା କରିଥିଲେ। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ଆହୁରି ଆକର୍ଷଣୀୟ, ଶୃଙ୍ଖଳିତ ଏବଂ ଭବ୍ୟ ଭାବେ ଆୟୋଜନ କରିବା ପାଇଁ ସମସ୍ତ ଅଧିକାରୀ ଓ ଜନପ୍ରତିନିଧିମାନେ ନିଜ ନିଜର ସୁଚିନ୍ତିତ ମତାମତ ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?