ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି ମଞ୍ଚକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ଏସପି ପି.ଏସ୍‌ ମୀନା, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ମଞ୍ଚ ପରିଚାଳନା କରିଥିଲେ। ରଙ୍ଗମହଲ ମଞ୍ଚର ଆବାହକ ଅକ୍ରୂର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ। ରଙ୍ଗମହଲ ଉଦଘାଟନ ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି ବିଚଳିତ କଂସ ନିଜ ମନକୁ ଶାନ୍ତ କରିଥିଲେ। ଅନ୍ୟପଟେ କାରାଗାରରେ ବନ୍ଦୀ ଦେବକୀଙ୍କ କୋଳରେ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ବସୁଦେବ ଶ୍ରୀକୃଷ୍ଣଙ୍କୁ ଧରି ଗୋପପୁରକୁ ଯାଇଥିଲେ। ସେଠାରେ ନନ୍ଦରାଣୀ, ନନ୍ଦରାଜାଙ୍କ କୋଳରେ ଶ୍ରୀକୃଷ୍ଣଙ୍କୁ ଛାଡ଼ିଥିଲେ ଏବଂ ବିଜୁଳିକନ୍ୟାଙ୍କୁ ଧରି ବସୁଦେବ ନିଶାର୍ଦ୍ଧରେ କାରାଗାର ପ୍ରତ୍ୟାବର୍ତ୍ତନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri