ବରଗଡ଼ ଧନୁଯାତ୍ରା: ପୂର୍ବାଭ୍ୟାସ ଆରମ୍ଭ କଲେ ମଥୁରା କଳାକାର

ବରଗଡ଼ ଅଫିସ୍‌,୯।୧୨: ଆସନ୍ତା ୨୭ତାରିଖ ବରଗଡ଼ ଧନୁଯାତ୍ରା ଆରମ୍ଭ ହେବ। ଏହା ପୂର୍ବରୁ ଅଭିନୟ ପାଇଁ ମନୋନୀତ କଳାକାରଙ୍କ ପୂର୍ବାଭ୍ୟାସ ଆରମ୍ଭ ହୋଇଛି। ଗତ ୫ତାରିଖରୁ ଗୋପପୁର କଳାକାରଙ୍କ ପୂର୍ବାଭ୍ୟାସ ଆରମ୍ଭ ହୋଇଥିଲା। ଶୁକ୍ରବାରରୁ ମଥୁରାନଗରୀ କଳାକାରଙ୍କ ପୂର୍ବାଭ୍ୟାସ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବରଗଡ଼ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପ ପରିସରରେ ବାଗ୍‌ଦେବୀ ସରସ୍ବତୀଙ୍କ ପୂଜାର୍ଚ୍ଚନା ସହିତ ଅତିରିକ୍ତ ଜିଲାପାଳ ମିର୍ଧା ଟପ୍ପୋ କଳାକାରଙ୍କ ପୂର୍ବାଭ୍ୟାସ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ଅଶ୍ୱିନୀ ଦାଶ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, କଳାକାର ସମନ୍ବୟ କମିଟିର ସହ-ଆବାହାକ ଅଶୋକ ବେହେରା, ନାଟ୍ୟ ନିର୍ଦ୍ଦେଶକ ନକୁଳ ବାଦୀ, ଭୁବନ ଭୋଇ, କଂସ ଅଭିନେତା ହୃଷିକେଶ ଭୋଇ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମ ଶୁଭାରମ୍ଭ ପରେ କଳାକାରଙ୍କ ପୂର୍ବାଭ୍ୟାସ ଚାଲିଥିଲା। କଂସ ଅଭିନେତା ହୃଷିକେଶ ଭୋଇ, ଉଗ୍ରସେନ ଅଭିନେତା ଆର୍ତ୍ତତ୍ରାଣ ମହାପାତ୍ର, ମହାମନ୍ତ୍ରୀ ଅଭିନେତା ଗୋଲାପ ଚନ୍ଦ୍ର ଦାଶ, ବସୁଦେବ ଅଭିନେତା ମନୋଜ କୁମାର ସାହୁ, ଦେବକୀ ଚରିତ୍ର ପାଇଁ ମନୋନୀତ କନକ ଦଣ୍ଡସେନା, ମୁଖ୍ୟ ସେନାପତି ଦୟାନନ୍ଦ ମାଝୀ, ଚାଣୁର ଅଭିନେତା ମୁନେଶ ଚନ୍ଦ୍ର ଆଚାର୍ଯ୍ୟ, ଗର୍ଗମୁନି ଅଭିନେତା ଅଇଁଠୁ ସାହୁ, ସେନାପତି ଚନ୍ଦ୍ରକେତୁ ଅଭିନେତା ସଂଗ୍ରାମ ଦେହୁରୀ ଏବଂ ଅନ୍ୟ ପାର୍ଶ୍ୱ କଳାକାରମାନେ ଉପସ୍ଥିତ ରହି ପୂର୍ବାଭ୍ୟାସ କରିଥିଲେ। ପୂର୍ବାଭ୍ୟାସର ପ୍ରଥମ ଦିବସରେ ଦେବକୀ-ବସୁଦେବଙ୍କ ବିବାହ ଦୃଶ୍ୟଭିନୟ ନେଇ କଳକାରମାନେ ପୂର୍ବାଭ୍ୟାସ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri