ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍‌ଘାଟିତ ହୋଇଯାଇଛି। କଂସ ମହାରାଜା ମଥୁରା ଭ୍ରମଣ ସାରି ସେଠାରେ ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ ସଭାପତି ତଥା ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ଏହାକୁ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ସମାରୋହରେ କଂସ ମହାରାଜାଙ୍କ ସମେତ ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଧନୁଯାତ୍ରା ମହୋତ୍ସବ ସମିତି ଆବାହକ ତଥା ସମ୍ପାଦକ ସୁରେଶ୍ୱର ଶତପଥୀଙ୍କ ସମେତ ରଙ୍ଗମହଲ କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ।

ରଙ୍ଗମହଲ ଉଦ୍‌ଘାଟନ ପରେ ବିଭିନ୍ନ ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରିଥିଲେ। କଳାକାରଙ୍କ ନୃତ୍ୟ ପରିବେଷଣ ପରେ କଂସ ମହାରାଜା ହାତୀ ପିଠିରେ ବସି ହାଟପଦାସ୍ଥିତ ରାଜ ଦରବାରକୁ ଯାଇଥିଲେ। ସେଠାରେ ପୁଣି ଦୈବବାଣୀ ଶୁଣି କଂସ ବିଚଳିତ ହୋଇ ପଡ଼ିଥିଲେ। ଅନ୍ୟପଟେ କାରାଗାର (ସମଲେଶ୍ୱରୀ ମଣ୍ଡପ)ରେ ବନ୍ଦୀ ଦେବକୀଙ୍କ କୋଳରେ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ବସୁଦେବ ଶ୍ରୀକୃଷ୍ଣଙ୍କୁ ଧରି ଗୋପପୁର ଯାଇଥିଲେ ଏବଂ ସେଠାରେ ନନ୍ଦରାଣୀ, ନନ୍ଦରାଜାଙ୍କ କୋଳରେ ଶ୍ରୀକୃଷ୍ଣଙ୍କୁ ଛାଡ଼ିଥିଲେ। ଅପରପକ୍ଷେ ସେଠାରୁ ବିଜୁଳିକନ୍ୟାଙ୍କୁ ଧରି ବସୁଦେବ ନିଶାର୍ଦ୍ଧରେ କାରାଗାର ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri