ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରରେ ଉକ୍ତ ମହୋତ୍ସବକୁ ଉଦ୍‌ଘାଟନକରିବା କାର୍ଯ୍ୟକ୍ରମ ରହିଛି। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଦୀର୍ଘ ୧୧ଦିନବ୍ୟାପୀ ବରଗଡ଼ ସହର ମଥୁରା ନଗରୀ ଏବଂ ଅମ୍ବାପାଲି ଗୋପପୁର ହେବ। ମଝିରେ ବୋହିଯାଇଥିବା ଜୀରାନଦୀ ଯମୁନା ପାଲଟିବ। ମଥୁରା ନଗରୀରେ କଂସ ରାଜୁତି ଏବଂ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ମିଳିବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଯାଇଛି। ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦା ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ଲୋକମଣ୍ଡପ ପଡ଼ିଆ ମଞ୍ଚରେ ପ୍ରଥମ ୭ଦିନ ଏବଂ ହାଟପଦା ମଞ୍ଚରେ ଶେଷ ୪ଦିନ ରଙ୍ଗମହଲ ଦୃଶ୍ୟାଭିନୟ ଅଭିନୀତ ହେବ। ଧନୁଯାତ୍ରା ମହୋତ୍ସବକୁ ସ୍ବାଗତ କରିବା ପାଇଁ ବୁଧବାର ଅପରାହ୍ନ ୨ଟାରୁ ସ୍ଥାନୀୟ ଗାନ୍ଧିଛକରୁ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମାକରି ସମଲେଶ୍ୱରୀ ମନ୍ଦିର ଅଭିମୁଖେ ବାହାରିବ। ଧନୁଯାତ୍ରା ମହୋତ୍ସବର ପ୍ରଚାରପ୍ରସାର କମିଟି ପକ୍ଷରୁ ଆୟୋଜିତ ଏହି ଶୋଭାଯାତ୍ରାରେ ୨୦ରୁ ଅଧିକ ସାଂସ୍କୃତିକ ଦଳ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ତେବେ ଗତବର୍ଷ ଭଳି ଏଥର ମଧ୍ୟ ଜି.ଡି. ଗୋୟଲ ଧର୍ମଶାଳା କଂସଙ୍କ ରାଜମହଲ ହେବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ କହିଛନ୍ତି। ସେହିପରି ମହୋତ୍ସବକୁ ଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ବୋଲି ଏସ୍‌ପି ପି.ଏସ୍‌. ମୀନା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri