ବରଗଡ଼ ଧନୁଯାତ୍ରା :ସ୍ଥାପନ ହେଲା ଶୁଭସ୍ତମ୍ଭ

ବରଗଡ଼ ଅଫିସ,୨୫।୧୧: ସର୍ବବୃହତ ଖୋଲା ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଶୁକ୍ରବାର ସାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି । ସା ୫ଟା ୩୦ ମିନିଟ୍‌ରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ସେଠାରୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରା ସ୍ଥାନୀୟ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀ ଅଭିମୁଖେ ବାହାରିଥିଲା । ସଞ୍ଚାର ମଣ୍ଡଳୀକୁ ଶୋଭାଯାତ୍ରା ପହଞ୍ଚିବା ପରେ ସେଠାରେ ପୂଜାର୍ଚ୍ଚନା କରାଯାଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ମୋନିଷା ବାନାର୍ଜୀ ଏବଂ କାର୍ଯ୍ୟକାରୀ ସଭାପତି ତଥା ଏସପି ସ୍ମିତ୍‌ ପି. ପରମାର୍‌ ସେଠାରେ ପୂଜାର୍ଚ୍ଚନା କରିଥିଲେ। ଏହା ସହ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା। ଶୁଭସ୍ତମ୍ଭ ସ୍ଥାପନ ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ବର ଶତପଥୀ, କଂସ ଅଭିନେତା ହୃଷିକେଶ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତା ଡିସେମ୍ବର ୨୭ତାରିଖରୁ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ ଏବଂ ୨୦୨୩ ମସିହା ଜାନୁଆରୀ ୬ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri