ବରଗଡ଼ ଧନୁଯାତ୍ରା ସ୍ଥଗିତ

ବରଗଡ଼ ଅଫିସ୍‌,୧୦।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନକୁ ଦୃଷ୍ଟିରେ ରଖି ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଧନୁଯାତ୍ରା ମହୋତ୍ସବ ସମିତି ଅଧ୍ୟକ୍ଷ ତଥା ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ରାଜ୍ୟ ସରକାରଙ୍କ ଜାନୁୟାରୀ କୋଭିଡ୍‌ ଗାଇଡ୍‌ ଲାଇନକୁ ଅପେକ୍ଷା କରାଯାଇଛି। ନୂଆ ଗାଇଡ୍‌ ଲାଇନରେ ଯଦି ଧନୁଯାତ୍ରା ମହୋତ୍ସବ ସମ୍ଭବ ହେବ ତେବେ ସେତେବେଳେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସୂଚନା ଦିଆଯାଇଛି।

୨୦୨୨ ଜାନୁୟାରୀ ୭ରୁ ୧୭ତାରିଖ ପର୍ଯ୍ୟନ୍ତ ଧନୁଯାତ୍ରା ତିଥି ରହିଛି। ଆସନ୍ତା ୧୯ତାରିଖ ମାର୍ଗଶୀର ଶୁକ୍ଳପକ୍ଷରେ ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ କରାଯିବାର ଥିଲା। ଧନୁଯାତ୍ରା ପ୍ରସ୍ତୁତି ସାଧାରଣତଃ ଦୁଇମାସ ପୂର୍ବରୁ ଚାଲିଥାଏ। କିନ୍ତୁ ଏଥିପାଇଁ ଜାନୁୟାରୀ ମାସର କୋଭିଡ୍‌ ଗାଇଡ୍‌ ଲାଇନକୁ ଅପେକ୍ଷା କରାଯିବା ଏବଂ ତିଥି ଅନୁଯାୟୀ ସେହି ମାସ ପ୍ରଥମ ସପ୍ତାହରେ ଏହି ମହୋତ୍ସବ ପଡୁଥିବାରୁ ଗତଥର ଭଳି ଏଥର ମଧ୍ୟ ଧନୁଯାତ୍ରା ବାତିଲ ହେବା ସମ୍ଭାବନା ରହିଛି। ବୈଠକରେ ସମିତିର ସମ୍ପାଦକ ତଥା ଆବାହକ ସୁରେଶ୍ୱର ଶତପଥି, ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ, ଉପଜିଲାପାଳ ଶୁଭେନ୍ଦ୍ର କୁମାର ସାମଲ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତ, ତହସିଲଦାର ସଞ୍ଜୀବ ମେହେର, ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ମିଶ୍ର, ଡିଆଇପିଆର୍‌ଓ କଲ୍ୟାଣୀ ଦାଶ, ଓକିଲ ସଂଘର ସଭାପତି କୁଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri