ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ ପହଞ୍ଚିଥିଲେ। ସମସ୍ତ ଦର୍ଶକ ଗୋପପୁର ଦୃଶ୍ୟାଭିନୟକୁ ମନ ଭରି ଉପଭୋଗ କରିଥିଲେ।

ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ନିର୍ମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ନିର୍ମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ନିର୍ମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।
ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ନିର୍ମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ନିର୍ମାଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri