ଜାନୁୟାରୀ ୧୫ରୁ ବରଗଡ଼ ଧନୁଯାତ୍ରା

ବରଗଡ଼,୨୨ା୧୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଜାନୁୟାରୀ ୨୫ ପର୍ଯ୍ୟନ୍ତ ଏହା ଚାଲିବ ବୋଲି ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା ମହୋତ୍ସବ ସମିତିର ସାଧାରଣ ପରିଷଦ ବୈଠକରେ ସମିତିର ସଭାପତି ତଥା ଜିଲାପାଳ ମୋନିଷା ବାନାର୍ଜୀ ସୂଚନା ଦେଇଛନ୍ତି। ଅନ୍ୟବର୍ଷ ତୁଳନାରେ ଏଥର ମହୋତ୍ସବକୁ ଅଧିକ ଆକର୍ଷଣୀୟ ତଥା ଶୃଙ୍ଖଳିତ, ସୁରକ୍ଷିତ ଭାବେ ସମାପନ କରିବା ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଥିଲେ।

ସମିତିର ଆବାହକ ତଥା ସମ୍ପାଦକ ସୁରେଶ୍ୱର ଶତପଥୀ ଗତ ଧନୁଯାତ୍ରା ମହୋତ୍ସବର ଆୟବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ। ଗତବର୍ଷ ଧନୁଯାତ୍ରାରେ ବିଭିନ୍ନ ସୂତ୍ରରୁ ୧ କୋଟି ୮୨ ଲକ୍ଷ ୯୭ ହଜାର ୫୪୪ ଟଙ୍କା ସଂଗୃହୀତ ହୋଇଥିବା ବେଳେ ୧ କୋଟି ୫୭ ଲକ୍ଷ ୨୧ ହଜାର ୬୪୫ ଟଙ୍କା ଖର୍ଚ୍ଚ ହୋଇଥିବା ସେ ସୂଚନା ଦେଇଥିଲେ। ସେହିପରି ଏପର୍ଯ୍ୟନ୍ତ ସମିତିର ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରେ ୨ କୋଟି ୧୧ ଲକ୍ଷ ୨୫ ହଜାର ୧୫୬ ଟଙ୍କା ୪୦ ପଇସା ଜମା ରହିଥିବା ସେ କହିଥିଲେ। ତେବେ ଧନୁଯାତ୍ରା ସରିବାର ବହୁ ବିଳମ୍ବରେ ବୈଠକ କରାଯିବା ଏବଂ ଆୟବ୍ୟୟ ବିବରଣୀ ଦେବାକୁ ନେଇ ବୈଠକରେ ଉପସ୍ଥିତ ଲୋକେ ଅସନ୍ତୋଷ ବ୍ୟକ୍ତ କରିବା ସହିତ ପରବର୍ତ୍ତୀ ଧନୁଯାତ୍ରା ସରିବାର ସେଭଳି ବିଳମ୍ବ ନ କରିବାକୁ ଦାବି ଉପସ୍ଥାପନ କରିଥିଲେ।

ସେହିପରି ଦୀର୍ଘବର୍ଷ ଧରି ଧନୁଯାତ୍ରା ମହୋତ୍ସବ ସମିତି ତଥା ସମିତିରେ ରହିଥିବା ସବ୍‌ କମିଟିଗୁଡ଼ିକର ପୁନର୍ଗଠନ ହେଉ ନ ଥିବା ଯୋଗୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଆସନ୍ତା ଧନୁଯାତ୍ରାକୁ ଆହୁରି ଦେଢ଼ମାସ ବାକି ଥିବା ଯୋଗୁ ଧନୁଯାତ୍ରା ପୂର୍ବରୁ ମହୋତ୍ସବ ସମିତି ଏବଂ ସବ୍‌କମିଟିଗୁଡ଼ିକର ପୁନର୍ଗଠନ କରିବାକୁ ଉପସ୍ଥିତ ଲୋକେ ଦାବି କରିଥିଲେ। ଏହା ସହିତ ଧନୁଯାତ୍ରାରେ ହେଉଥିବା ଆର୍ଥିକ କାରବାର ଉପରେ ସ୍ବଚ୍ଛତା ରଖିବାକୁ ବୈଠକରେ ଦାବି ହୋଇଥିଲା। ଗତବର୍ଷ ଧନୁଯାତ୍ରା ସମୟରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସ କର୍ମଚାରୀଙ୍କ ଆକ୍ରମଣ ଘଟଣାକୁ ଧନୁଯାତ୍ରା ମହୋତ୍ସବ ସମିତି ହାଲୁକା ଭାବେ ଗ୍ରହଣ କରୁଥିବା ଯୋଗୁ ବୈଠକରେ ଉପସ୍ଥିତ ଖବରଦାତାମାନେ ଉଦ୍‌ବେଗ ପ୍ରକାର କରିଥିଲେ। ବୈଠକରେ ଏସ୍‌ପି ପି.ଏସ୍‌ ମୀନା, ଅତିରିକ୍ତ ଜିଲାପାଳ ଲଲାଟ କୁମାର ଲୁହା, ଉପଜିଲାପାଳ କୁମାର ନାଗଭୂଷଣ, ପୌରାଧ୍ୟକ୍ଷା କଳ୍ପନା ମାଝି ପ୍ରମୁଖ ମଞ୍ଚାସୀନ ଥିଲେ। ସେହିପରି ଧନୁଯାତ୍ରା ମହୋତ୍ସବ ସମିତିର ବିଭିନ୍ନ ସବ୍‌କମିଟି, ଜିଲା ଓକିଲ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri