୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା ଯୋଦ୍ଧା କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ରହିଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୁତି ଭୂଷଣ ମେହେର ସୂଚନା ଦେଇଛନ୍ତି। ସେହିପରି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇ କହିଛନ୍ତି, ମୁଖ୍ୟ ଡାକ୍ତରଖାନାକୁ ସାନିଟାଇଜ୍‌ କରାଯାଇଛି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଗୁରୁତର ଅସୁସ୍ଥମାନଙ୍କୁ ଭୀମସାର,ବୁର୍ଲା ସ୍ଥାନାନ୍ତର କରାଯିବା ସହିତ ଯେଉଁ ଅସୁସ୍ଥମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ସେମାନଙ୍କୁ ଡିସ୍‌ଚାର୍ଜ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସେହିପରି ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ କୌଣସି ରୋଗୀ ଆସିଲେ ଆବଶ୍ୟକ ସ୍ଥଳେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ଆକ୍ରାନ୍ତ କରୋନା ଯୋଦ୍ଧା ସଂସ୍ପର୍ଶରେ ଆସିଥିବା ଯୋଗୁ ବରଗଡ଼ର ମୁକେଶ ପଲି କ୍ଲିନିକ ଏବଂ ମୁକେଶ ମେଡିକାଲ ଷ୍ଟୋର୍‌କୁ ମଧ୍ୟ ୫ଦିନ ଶଟ୍‌ଡାଉନ୍‌ କରାଯାଇ ଥିବାବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରି ହୋମ୍‌ କ୍ବାରାଣ୍ଟାଇନ୍‌, ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମେହେର ସୂଚନା ଦେଇଛନ୍ତି।
ପ୍ରକାଶ ଥାଉକି, ରବିବାର ବରଗଡ଼ ଜିଲାରୁ ୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ୨ଜଣ ମହିଳା ରହିଥିବା ବେଳେ ବରଗଡ଼ ସହରର ପ୍ରଧାନପାଲି ନିକଟ ଗଣପତି ଭିଲ୍ଲାର ଜଣେ ରହିଛନ୍ତି। ଗଣପତି ଭିଲ୍ଲାର ଆକ୍ରାନ୍ତ ଜଣକ ବିକାଶ ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡ ଥିବାବେଳେ ସେ କରୋନା ଆକ୍ରାନ୍ତ ରହିଥିବା ଜଣାପଡ଼ିଥିଲା। ତେବେ କଟାପାଲିରୁ ଚିହ୍ନଟ ୨ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲ ଏବଂ ଗଣପତିଭିଲ୍ଲାର ଆକ୍ରାନ୍ତଙ୍କୁ ଭୁବନେଶ୍ବରର କିମ୍ସ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri