୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା ଯୋଦ୍ଧା କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ରହିଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୁତି ଭୂଷଣ ମେହେର ସୂଚନା ଦେଇଛନ୍ତି। ସେହିପରି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇ କହିଛନ୍ତି, ମୁଖ୍ୟ ଡାକ୍ତରଖାନାକୁ ସାନିଟାଇଜ୍‌ କରାଯାଇଛି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଗୁରୁତର ଅସୁସ୍ଥମାନଙ୍କୁ ଭୀମସାର,ବୁର୍ଲା ସ୍ଥାନାନ୍ତର କରାଯିବା ସହିତ ଯେଉଁ ଅସୁସ୍ଥମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ସେମାନଙ୍କୁ ଡିସ୍‌ଚାର୍ଜ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସେହିପରି ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ କୌଣସି ରୋଗୀ ଆସିଲେ ଆବଶ୍ୟକ ସ୍ଥଳେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ଆକ୍ରାନ୍ତ କରୋନା ଯୋଦ୍ଧା ସଂସ୍ପର୍ଶରେ ଆସିଥିବା ଯୋଗୁ ବରଗଡ଼ର ମୁକେଶ ପଲି କ୍ଲିନିକ ଏବଂ ମୁକେଶ ମେଡିକାଲ ଷ୍ଟୋର୍‌କୁ ମଧ୍ୟ ୫ଦିନ ଶଟ୍‌ଡାଉନ୍‌ କରାଯାଇ ଥିବାବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରି ହୋମ୍‌ କ୍ବାରାଣ୍ଟାଇନ୍‌, ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମେହେର ସୂଚନା ଦେଇଛନ୍ତି।
ପ୍ରକାଶ ଥାଉକି, ରବିବାର ବରଗଡ଼ ଜିଲାରୁ ୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ୨ଜଣ ମହିଳା ରହିଥିବା ବେଳେ ବରଗଡ଼ ସହରର ପ୍ରଧାନପାଲି ନିକଟ ଗଣପତି ଭିଲ୍ଲାର ଜଣେ ରହିଛନ୍ତି। ଗଣପତି ଭିଲ୍ଲାର ଆକ୍ରାନ୍ତ ଜଣକ ବିକାଶ ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡ ଥିବାବେଳେ ସେ କରୋନା ଆକ୍ରାନ୍ତ ରହିଥିବା ଜଣାପଡ଼ିଥିଲା। ତେବେ କଟାପାଲିରୁ ଚିହ୍ନଟ ୨ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲ ଏବଂ ଗଣପତିଭିଲ୍ଲାର ଆକ୍ରାନ୍ତଙ୍କୁ ଭୁବନେଶ୍ବରର କିମ୍ସ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri