ବରଗଡ଼ ଜିଲାପାଳଙ୍କ ନିର୍ଦ୍ଦେଶ: ନୂଆ ବସ୍‌ଷ୍ଟାଣ୍ଡରେ ଯାତ୍ରୀଗାଡ଼ି ରଖ, ଅନ୍ୟତ୍ର ପାର୍କିଂ କଲେ କାର୍ଯ୍ୟାନୁଷ୍ଠାନ

ବରଗଡ଼ ଅଫିସ, ୨୮।୭- ବରଗଡ଼ ସହରରେ ଘରୋଇ ବସଷ୍ଟାଣ୍ଡ ବିବାଦ ତୀବ୍ର ହେବାରେ ଲାଗିଛି। ନିର୍ମାଣ କାର୍ଯ୍ୟରେ ତୃଟି ଅଭିଯୋଗ କରି ସ୍ଥାନୀୟ ଘରୋଇ ବସ ମାଲିକ ସଂଘ ସେଠାକୁ ଯାତ୍ରୀବାହୀ ବସ ନେଉ ନାହିଁ । ପୁରୁଣା ବସଷ୍ଟାଣ୍ଡରେ ପୂର୍ବଭଳି ବସ ପାର୍କିଂ କରି ଆସୁଛି । ଅନ୍ୟପକ୍ଷରେ ଗତ ମଙ୍ଗଳବାରରୁ ପୁରୁଣା ବସଷ୍ଟାଣ୍ଡରେ ପ୍ରଶାସନ ବ୍ୟାରିକେଡ ଦେବା ଆରମ୍ଭ କରିଛି। ଏହାର ପ୍ରତିବାଦରେ ବସ ମାଲିକ ସଂଘ ବୁଧବାରରୁ ବସ ଧର୍ମଘଟ ଜାରି ରଖିଛି। ଏଭଳି ସ୍ଥଳେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ନୂଆ ବସଷ୍ଟାଣ୍ଡରେ ଯାତ୍ରୀବାହୀ ଗାଡି ପାର୍କିଂ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ଥାନ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ଗାଡି ପାର୍କିଂ କଲେ ମୋଟରଯାନ ଆଇନ ଅନୁଯାୟୀ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ତାଙ୍କ ପତ୍ରସଂଖ୍ୟା – ୭୫(ଆରଇଏସ୍‌)ରେ ଏହା ଉଲ୍ଲେଖ କରିଛନ୍ତି। ସେହିପରି ବରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତି (ନଂ-୧୩୮୦)ରେ ପୁରୁଣା ଘରୋଇ ବସଷ୍ଟାଣ୍ଡରେ ଯାତ୍ରୀବାହୀ ଗାଡି ପାର୍କିଂ ନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri