“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ ନେତୃବୃନ୍ଦ ଯୋଗଦେଇ ସ୍ଥାନୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ସଂଗଠନକୁ ମଜଭୁତ କରିବା ପାଇଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି।

ଅଖିଳ ଭାରତୀୟ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଲାଲଜୀ ଦେଶାଇ ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କଡ଼ା ଚେତାବନୀ ଦେଇ କହିଥିଲେ ଯେ, ପାରମ୍ପରିକ ଢାଞ୍ଚାରେ ଆଉ ଦଳ ଚାଲିବ ନାହିଁ। ବିଭିନ୍ନ ପଦପଦବୀରେ ରହିଥିବା ବ୍ୟକ୍ତିମାନେ କଠିନ ପରିଶ୍ରମ କରିବା ଏକାନ୍ତ ଜରୁରୀ। ଯେଉଁମାନେ ଦାୟିତ୍ୱ ନେଉଛନ୍ତି, ସେମାନଙ୍କୁ ନିଜ କାର୍ଯ୍ୟ ସମ୍ପାଦନ କରିବାକୁ ପଡ଼ିବ, ନଚେତ୍ ପଦ ଛାଡ଼ି ଅନ୍ୟମାନଙ୍କ ପାଇଁ ବାଟ ଛାଡ଼ିବାକୁ ପଡ଼ିବ ବୋଲି ସେ ସ୍ପଷ୍ଟ ଭାବେ ମତବ୍ୟକ୍ତ କରିଥିଲେ।

ସେହିପରି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ କହିଥିଲେ ଯେ, ଏକଦା ବରଗଡ଼ ଜିଲାକୁ କଂଗ୍ରେସର ଏକ ଦୃଢ଼ଗଡ଼ ବୋଲି କୁହାଯାଉଥିଲା, କିନ୍ତୁ ୨୦୧୦ ମସିହାରୁ ଏହାର କ୍ରମଗତ ଅବକ୍ଷୟ ଘଟି ଚାଲିଛି। ଦଳକୁ ପୁଣିଥରେ ଏହାର ପୂର୍ବ ସ୍ଥାନକୁ ଫେରାଇ ଆଣିବା ପାଇଁ ଏହାହିଁ ସଠିକ୍ ସମୟ ବୋଲି ସେ କହିଥିଲେ। ଜନସାଧାରଣଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବା ନିମନ୍ତେ ସମସ୍ତେ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ସେ ଦଳୀୟ କର୍ମକର୍ତ୍ତାଙ୍କୁ ଆହ୍ୱାନ କରିଥିଲେ। ବର୍ତ୍ତମାନ ଜିଲାରେ ଚାଷୀ ସମସ୍ୟା, ପାନୀୟ ଜଳ, ବିଦ୍ୟୁତ ସମସ୍ୟା ଏବଂ ବ୍ୟାପକ ଦୁର୍ନୀତି ଭଳି ଅନେକ ଜ୍ୱଳନ୍ତ ସମସ୍ୟା ରହିଛି ଏବଂ ଦଳ ଏସବୁ ପ୍ରସଙ୍ଗକୁ ନେଇ ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଥିଲେ।

ଜିଲା କଂଗ୍ରେସ କମିଟି ସଭାପତି ହରଦିପ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ କଂଗ୍ରେସ ସହ-ପ୍ରଭାରୀ ତଥା ଏଆଇସିସି ସମ୍ପାଦକ ଜଟ୍ଟି କୁସୁମ କୁମାର ମଧ୍ୟ ଯୋଗଦେଇ ମିଳିତ ଭାବେ ସଂଗଠନକୁ ଆଗକୁ ବଢ଼ାଇବାକୁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଉପ-ସଭାପତି (ସଂଗଠନ) ସନ୍ତୋଷ ସିଂ ସାଲୁଜା, ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଅରବିନ୍ଦ ଦାସ, ପିସିସି ସମ୍ପାଦକ ଦିଲୀପ ଦୂରିଆ, ବିଜୟାନନ୍ଦ ଚାଉଳିଆ, ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ, କିଶୋର ଦଫାଦାର, ବ୍ରହ୍ମା ମହାକୁଡ଼, ଟଙ୍କଧର ସାହୁ, ଅଭିଷେକ ସେଠ୍, ଅନନ୍ତ ଶୟନ ପାଢ଼ୀ ଏବଂ ଅମିତ୍ ଆଚାର୍ଯ୍ୟ ପ୍ରମୁଖ ମଞ୍ଚାସୀନ ଥିଲେ। ଜିଲାର ସମସ୍ତ ବ୍ଲକ ଓ ନଗର କଂଗ୍ରେସ ସଭାପତିଙ୍କ ସମେତ ବହୁ ସଂଖ୍ୟାରେ କର୍ମକର୍ତ୍ତା ଓ କର୍ମୀ ଏଥିରେ ଯୋଗଦେଇଥିବାବେଳେ କଂଗ୍ରେସ ନେତା ନିପନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri