ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି ଉତ୍ତର ସାହୁ ଉପ ସଭାପତି, ହରିହର ପ୍ରଧାନ ସମ୍ପାଦକ, ବୈକୁଣ୍ଠ ନାଥ ଷଡଙ୍ଗୀ ଯୁଗ୍ମ ସମ୍ପାଦକ ନିର୍ବାଚିତ ହୋଇଥିବା ସୂଚନା ମିଳିଛି। ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି।

